ଆୟୁଷ୍ମାନରେ ମହିଳାଙ୍କୁ ୧୦ ଲକ୍ଷ:ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଫେବୃଆରୀରେ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଆଉ ଏହି ଯୋଜନାକୁ ନେଇ ଏବେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହି ଯୋଜନାରେ ମହିଳାମାନଙ୍କୁ ୧୦ ଲକ୍ଷର ଚିକିତ୍ସା ସୁବିଧା ମିଳିବ । ବୁଧବାର ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

୨୦୨୫ ଫେବୃଆରୀରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଓଡ଼ିଶାରେ ଆସନ୍ତା ଫେବୃଆରୀରୁ ଲାଗୁ ହେବ । ରାଜ୍ୟର ସାଢେ଼ ୩ କୋଟି ଲୋକଙ୍କୁ ଏନେଇ ସ୍ୱାସ୍ଥ୍ୟକାର୍ଡ ମିଳିବ । ନିର୍ଦ୍ଦିଷ୍ଟ ଭାବରେ ୧ କୋଟି ପରିବାରର ପ୍ରାୟ ୩ କୋଟି ୫୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ କାର୍ଡ ମିଳିବ । ଏହା ସାରା ଭାରତ ବର୍ଷରେ ପାଖାପାଖି ୨୭ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ହେବ। ଲୋକ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇବେ । ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କ ମଧ୍ୟ ଏହି ସ୍ୱାସ୍ଥ୍ୟବୀମା ସୁବିଧା ମିଳିବ । ଏହା ଏକ କମନ୍ କାର୍ଡ ହେବ ।”ରାଜ୍ୟର ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ପ୍ରଦାନ କରାଯିବ। ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ରାଜ୍ୟବାସୀଙ୍କୁ ସାମାଜିକ ନିରାପତ୍ତା ମିଳିପାରିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ଘୋଷଣା କରିଛନ୍ତି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୭୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ସାମାଜିକ ନିରାପତ୍ତା ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ରାଜ୍ୟର ୭୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଏହି କାର୍ଡରେ ସ୍ବାସ୍ଥ୍ୟ ବୀମା ସୁବିଧା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ