ଇଗ୍ନୋର ନାମଲେଖା ଅବଧି ସେପ୍ଟେମ୍ବର ୧୫କୁ ବଢିଲା

ଭୁବନେଶ୍ବର : ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଏବଂ ପୁନଃ ପଞ୍ଜିକରଣ ସମୟ ଅବଧିକୁ ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଇଗ୍ନୋ କର୍ତ୍ତୃପକ୍ଷ ବୃଦ୍ଧି କରିଛନ୍ତି । ପୁନଃ ପଞ୍ଜିକରଣ ପାଇଁ ଅତିରିକ୍ତ ୨୦୦ ଟଙ୍କା ବିଳମ୍ବ ଦେୟ ଦେବାକୁ ହେବ । ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.in କୁ ଅନୁସରଣ କରିପାରିବେ । ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in । ତେବେ ସାର୍ଟିଫିକେଟ ପ୍ରୋଗ୍ରାମରେ ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମ ଲେଖା ଅବଧି ସମାପ୍ତ ହୋଇଯାଇଛି |

ଅଣ୍ଡର ଗ୍ରାଜୁଏଟ (BSCM), (BCOMF), (BAM) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି । ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ । ଏ ବର୍ଷ M.Sc.ରେ କିଛି ନୂତନ ପାଠ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିମଧ୍ୟରେ M.Sc. (Zoology), M.Sc. (Chemistry), M.Sc. (Analytical Chemistry), M.Sc. (Biochemistry), M.Sc. (Geoinformatics), M.Sc. (Physics), M.Sc. (Applied Statistics), M.Sc. (Geography) (MSCGG) ଏବଂ AICTE ସ୍ୱୀକୃତିପ୍ରାପ୍ତ MBA ଓ MCA ଅନ୍ୟତମ । ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ। ନୂତନ ଶିକ୍ଷାନୀତି ଅନୁଯାୟୀ ଜଣେ ଚାହିଁଲେ ଦୁଇଟି ବିଷୟରେ ଡ଼ିଗ୍ରୀ କରିପାରିବେ। ଏହି ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ଇଗ୍ନୋର ୱେବସାଇଟରେ ପ୍ରଦାନ କରାଯାଇଛି ବୋଲି ଆଞ୍ଚଳିକ କେନ୍ଦ୍ରର ବରିଷ୍ଠ ନିର୍ଦ୍ଦେଶକ ଡ଼. ମନୋଜ କୁମାର ଦାଶ ଜଣାଇଛନ୍ତି ।

  • Related Posts

    ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

    ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ…

    Continue reading
    ବ୍ଲକସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ

    ଦେବଗଡ଼: ବାରକୋଟସ୍ଥିତ ଡାକବଙ୍ଗଳାରେ ଆଜି ବ୍ଲକ୍‌ସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବାରକୋଟଠାରେ ନିର୍ମିତ ଶବ ବ୍ୟବଚ୍ଛେଦ ଗୃହ କାର୍ଯ୍ୟକ୍ଷମ କରିବା, ଉଭୟ ବ୍ଲକ୍‌ ଓ ବଣେଇ ଛକରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ