ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାର ସଙ୍ଗୀତ ଦୁନିଆ ପାଇଁ ଗର୍ବର ମୁହୂର୍ତ୍ତ ।ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ରଗ୍ରାଣ୍ଡ୍ ଫିନାଲେରେ ପହଞ୍ଚିଛନ୍ତି ସୁମଧୁର କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ । ତାଙ୍କର ଏହି ଅସାଧାରଣ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁଅଭିନନ୍ଦନ ଜଣାଇଛନ୍ତି ।
ସୋସିଆଲ୍‌ ମିଡିଆରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି,‘ଜାତୀୟ ସ୍ତରର ପ୍ରତିଷ୍ଠିତ ସଙ୍ଗୀତ ମହାମଞ୍ଚ ଇଣ୍ଡିଆନ୍ ଆଇଡଲ୍ର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ଓଡ଼ିଶାର ସୁଯୋଗ୍ୟା କନ୍ୟା ଜ୍ୟୋତିର୍ମୟୀ ନାୟକ ସମଗ୍ର ରାଜ୍ୟ ପାଇଁ ଗୌରବ ଆଣି ଦେଇଛନ୍ତି । ନିଜ ସୁମଧୁର କଣ୍ଠସ୍ୱର ମାଧ୍ୟମରେ ସେ ସମସ୍ତଙ୍କ ହୃଦୟ ଜିତି ପାରିଛନ୍ତି । ଜ୍ୟୋତିର୍ମୟୀଙ୍କ ସଫଳତା କାମନା କରିବା ସହ ଶୁଭେଚ୍ଛା ଓ ଆଶୀର୍ବାଦ ଜଣାଉଛି’ । ଜ୍ୟୋତିର୍ମୟୀକହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦ, ସମସ୍ତ ଶ୍ରୋତା ଓ ଓଡ଼ିଶାବାସୀଙ୍କ ଭଲ ପାଇବା ପାଇଁ ଫାଇନାଲ୍‌ରେ ପହଞ୍ଚିଛି । ଏବେ ସେହି ଫାଇନାଲ୍ ପାଇଁ ଅଧିକରୁଅଧିକ ଭୋର୍ ଆବଶ୍ୟକତା ରହିଛି । ତେଣୁ ସେହି ଭଲପାଇବା ସହଭୋଟ୍ ଦେବା ପାଇଁ ଜ୍ୟୋତିର୍ମୟୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଏଥି ସହିତ ଆଜି ତାଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିବାରୁ ସେ କୃତଜ୍ଞତା ଜଣାଇଛନ୍ତି ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ