ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓର ଶୁଭ ଉଦ୍‌ଘାଟନ

ଭୁବନେଶ୍ୱର, ୩୧ ଅଗଷ୍ଟ, ୨୦୨୫: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଆଜି ଏକ ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓ ଉଦ୍‌ଘାଟିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓକୁ ଉଦ୍‌ଘାଟନ କରିଥିଲେ। “ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ସ୍ଥାପିତ ହୋଇଥିବା ଏହି ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓ ଓଡ଼ିଶାର ନୃତ୍ୟ, ସଙ୍ଗୀତ ଓ ନାଟକ ଜଗତକୁ ସମର୍ପିତ। ଏହାଦ୍ୱାରା ଆମ ଓଡ଼ିଶାର କଳାକାରମାନେ ବେଶ୍ ଉପକୃତ ହେବେ। ଓଡ଼ିଶାର ଐତିହ୍ୟ, ସାଂସ୍କୃତିକ ଗୌରବଗାଥାକୁ ବିଶ୍ୱବିଦିତ କରିବା ଏବଂ ଲୁପ୍ତପ୍ରାୟ ଲୋକକଳାକୁ ପୁନର୍ଜୀବିତ କରିବାରେ ଏହା ସହାୟକ ହେବ। ଆଗାମୀ ଦିନରେ ଏହି ନୂତନ କ୍ରୋମା ଓ ଅଡ଼ିଓ ରେକର୍ଡିଙ୍ଗ ଷ୍ଟୁଡ଼ିଓର ବ୍ୟବହାରକୁ ନେଇ ସଂସ୍କୃତି ବିଭାଗ ତରଫରୁ ଏକ ଏସଓପି (SOP- Standard Operating Procedure) ଜାରି କରାଯିବ। ସରକାରୀ କାର୍ଯ୍ୟକ୍ରମଗୁଡ଼ିକର ରେକର୍ଡିଙ୍ଗ କରାଯିବା ସହିତ ଘରୋଇ ସଂସ୍ଥାମାନେ ମଧ୍ୟ ଏହାକୁ ବ୍ୟବହାର କରିପାରିବେ। ଏହି ଷ୍ଟୁଡ଼ିଓରେ ରହିଥିବା ଅତ୍ୟାଧୁନିକ ବ୍ୟବସ୍ଥା ଓଡ଼ିଶାର ଲୋକକଳା ଓ ସଂସ୍କୃତିର ବହୁଳ ପ୍ରଚାର ଓ ପ୍ରସାର କରିବା ସହିତ ଜନସାଧାରଣଙ୍କ ବ୍ୟବହାରରେ ଆସିବ” ବୋଲି କହିଛନ୍ତି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ।
ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ କ୍ରୋମା ଷ୍ଟୁଡ଼ିଓରେ ରେକର୍ଡିଙ୍ଗ ହେଉଥିବା ଓଡ଼ିଶୀ ନୃତ୍ୟ କାର୍ଯ୍ୟକ୍ରମକୁ ଦେଖିବା ସହିତ ମହାବିଦ୍ୟାଳୟ ପରିସରରେ ରହିଥିବା ଶାସ୍ତ୍ରୀୟ ଓ ଲୋକ ବାଦ୍ୟଯନ୍ତ୍ର ସଂଗ୍ରହାଳୟକୁ ବୁଲି ଦେଖିଥିଲେ। ଏଥିସହିତ ଓଡ଼ିଶାର ସାହିତ୍ୟ, ସଙ୍ଗୀତ, ନୃତ୍ୟ ଓ ଲୋକକଳାର ସମୃଦ୍ଧି ନିମନ୍ତେ କାର୍ଯ୍ୟ କରିବାକୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପ୍ରେରିତ କରିଥିଲେ। ଆଜିର କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଶ୍ରୀ ବିଜୟ କେତନ ଉପାଧ୍ୟାୟ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ବିଜୟ କୁମାର ଜେନା, ଓଡ଼ିଶୀ ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି, ସୁଜାତା ମହାପାତ୍ର, ଇଲିଆନା ସିତାରିଷ୍ଟ, ଅଭିନେତା ଅଶ୍ରୁ୍ମୋଚନ ମହାନ୍ତି, ପ୍ରଜ୍ଞା ରଞ୍ଜନ ଖଟୁଆ ଏବଂ ନୃତ୍ୟ, ସଙ୍ଗୀତ ଓ ଲୋକକଳା ଜଗତର ବହୁ ବିଶିଷ୍ଟ ସାଧକଗଣ ଉପସ୍ଥିତ ଥିଲେ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ