ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏଫ୍‌ଆଇସି, ଇଣ୍ଡିଆର ପ୍ରତିନିଧି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଓ ଶକ୍ତି ମନ୍ତ୍ରୀ  କନକ ବର୍ଦ୍ଧନ ସିଂହଦେଓଙ୍କୁ ଭେଟି ଓଡ଼ିଶାରେ ଏକ ୟୁନିଟ୍‌ ସ୍ଥାପନ ପାଇଁ ଆଲୋଚନା କରିଛନ୍ତି ଏଫ୍‌ଆଇସି ଇଣ୍ଡିଆ (Fertilizer Innovation Centre India)ର ପ୍ରତିନିଧି ଦଳ । ଲୋକସେବା ଭବନସ୍ଥିତ ମନ୍ତ୍ରୀଙ୍କ ପ୍ରକୋଷ୍ଠରେ ମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରତିନିଧିମାନଙ୍କ ସହ ଆଲୋଚନା ଅବସରରେ ଓଡ଼ିଶାରେ କୃଷି କ୍ଷେତ୍ରରେ ରସାୟନିକ ସାରର ବ୍ୟବହାର ହ୍ରାସ କରିବା ସହ ଜୈବିକ କୃଷିକୁ ପ୍ରୋତ୍ସାହନ ଉପରେ ଗୁରୁତ୍ୱ ଦିଆଯାଉଥିବା ପ୍ରକାଶ କରିଥିଲେ । ରାଜ୍ୟରେ କୃଷି ଉତ୍ପାଦନ ବୃଦ୍ଧି ଓ କୃଷକମାନଙ୍କ ସମସ୍ୟାର ନିରନ୍ତର ସମାଧାନ ସୁନିଶ୍ଚିତ କରିବା ଗୁରୁତ୍ୱପୂର୍ଣ୍ଣ ବୋଲି ମନ୍ତ୍ରୀ ଶ୍ରୀ ସିଂହଦେଓ ଉଲ୍ଲେଖ କରିଥିଲେ ।

ଏହି ଅବସରରେ ଓଡ଼ିଶାରେ କୃଷକମାନଙ୍କୁ ସମର୍ଥନ ଦେବା ନିମନ୍ତେ ଗବେଷଣା ଓ ନବସୃଜନକୁ ପ୍ରୋତ୍ସାହନ ସହ ରାଜ୍ୟରେ ନିରନ୍ତର କୃଷି ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଥିଲା । ସାରର ଉପଯୁକ୍ତ ଏବଂ ଯଥାଯଥ ବ୍ୟବହାର କରି ମୃତ୍ତିକାର ଗୁଣବତ୍ତା ଓ ପୁଷ୍ଟିସାର ପରିଚାଳନା ସୁନିଶ୍ଚିତ କରିବା ଉପରେ ଏଫ୍‌ଆଇସି ଗୁରୁତ୍ୱ ଦେଇଥାଏ ବୋଲି ପ୍ରତିନିଧିମାନେ ଉଲ୍ଲେଖ କରିଥିଲେ । ଓଡ଼ିଶାରେ ଏଫ୍‌ଆଇସି ପ୍ରତିଷ୍ଠା ହେଲେ ଏହା ବିଶ୍ୱର ଦ୍ୱିତୀୟ କେନ୍ଦ୍ର ହେବ ବୋଲି ପ୍ରତିନିଧିମାନେ କହିଥିଲେ । ଏଥି ସହ ଓଡ଼ିଶାରେ ଏକ ଫର୍ଟିଲାଇଜର୍‌ ଏକାଡେମୀ ପ୍ରତିଷ୍ଠା ନେଇ ମଧ୍ୟ ଆଲୋଚନା ହୋଇଥିଲା । ଏହି ଏକାଡେମୀ ପ୍ରତିଷ୍ଠା ହେଲେ ରାଜ୍ୟରେ କୃଷି କ୍ଷେତ୍ରରେ ନବସୃଜନ ନିମନ୍ତେ ପଥ ପ୍ରଶସ୍ତ ହେବ ।
ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ୍‌ ରାମଚନ୍ଦ୍ର ଜାଧବ, କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ୍‌ ସକ୍‌ସେନାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସଂସ୍କୃତ ଦିବସ ସପ୍ତାହ ପାଳିତ

    ସଂସ୍କୃତ ଭାଷାର ସୁରକ୍ଷା ଓ ପ୍ରଚାର ଉପରେ ଗୁରୁତ୍ୱାରୋପ ରାଇକିଆ, ୩୧।୮: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ସଂସ୍କୃତ ଦିବସ ସପ୍ତାହ ଉତ୍ସାହ ସହ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟ ପକ୍ଷରୁ ସଂସ୍କୃତ ଭାଷାର ଗୁରୁତ୍ୱ,…

    Continue reading
    ଲଘୁଚାପଜନିତ ବର୍ଷାରେ ରାଇକିଆ ବେହାଲ

    ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ, ଯାତାୟାତ ପ୍ରଭାବିତ ରାଇକିଆ-୩୧-୨୬-କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଲାଗିରହିଛି। କେତେବେଳେ ଝିପିଝିପି ବର୍ଷା ତ ଆଉ କେତେବେଳେ ପ୍ରବଳ ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ