ଭୁବନେଶ୍ବର,24/08: ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ସମେତ ଉପର ମୁଣ୍ଡରେ ଅତି ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢ଼ୁଛି। ଆଖୁଆପଦାରେ ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସୁବର୍ଣ୍ଣରେଖା ଜାମଶୋଳାଘାଟରେ ବିପଦ ସଙ୍କେତ ଟପିଛି। ବ୍ରାହ୍ମଣୀ ପାନପୋଷ ପାଖରେ ବିପଦ ସଙ୍କେତ ନିକଟତର ହୋଇଛି। ଏହି ନଦୀଗୁଡ଼ିକ ଜଳସ୍ତର ବଢ଼ୁଥିବାରୁ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଈଛି। ଆସନ୍ତା ୨୫ତାରିଖ ସୁଦ୍ଧା ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ବୈତରଣୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା ଏବଂ ଜଳକା ଆହୁରି ଫୁଲିବାର ସମ୍ଭାବନା ରହିଛି। ସମ୍ପୃକ୍ତ ନଦୀଗୁଡ଼ିକର ତଳିଆ ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା କରାଯାଉଛି। ଶୁକ୍ରବାର ଉତ୍ତର ଓଡ଼ିଶା ଓ ତତ୍ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ସୁବର୍ଣ୍ଣପୁର ଏବଂ ଢେଙ୍କାନାଳ ଜିଲାର ଅନେକ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି।
ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ
ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…




