ଋଷିକୁଲ୍ୟା ମୁହାଁଣରେ ଅଲିଭ ରିଡ୍‌ଲେଙ୍କ ଅଣ୍ଡାଦାନ

ଭୁବନେଶ୍ୱର: ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ଅଲିଭ ରିଡ୍‌ଲେ ସାମୁଦ୍ରିକ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଦେଖିବାକୁ ମିଳିଛି । ପାଗର ଅନୁକୂଳ ଅବସ୍ଥା ଯୋଗୁଁ ଏବଂ ଦକ୍ଷିଣା ପବନ ବୋହିବା ଫଳରେ ବର୍ତ୍ତମାନ ଏହି ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବନ ବିଭାଗ ତରଫରୁ ସୂଚନା ମିଳିଛି ।

ସୂଚନା ମୁତାବକ, ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟା ଗ୍ରାମଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ଅଲିଭ ରିଡ୍‌ଲେ କଇଁଛମାନେ ଉପରକୁ ଉଠିଆସି ଗଣଅଣ୍ଡା ଦାନ କରୁଥିବା ଦେଖିବାକୁ ମିଳିଛି । ଫଳରେ ଏହାକୁ ନେଇ ବନ ବିଭାଗ, ପର୍ୟ୍ୟଟକ, ପରିବେଶବିତ୍‌ ମହଲରେ ଆନନ୍ଦର ଲହରି ଖେଳିଯାଇଛି । କିଭଳି ଭାବେ ସୁରକ୍ଷିତ ଗଣ ଅଣ୍ଡାଦାନ ହୋଇପାରିବ, ସେନେଇ ବନ ବିଭାଗ ପକ୍ଷରୁ ପୂର୍ବରୁ ୫ କିମି ପ୍ରଯ୍ୟନ୍ତ ବ୍ୟାରିକେଟ ଦିଆଯାଇଛି । ଅଣ୍ଡାଦାନ ପାଇଁ ପରିବେଶ ଅନୁକୂଳ ରହିଛି । ପ୍ରତ୍ୟେକ କଇଁଛ ପ୍ରାୟ ୧୨୦ରୁ ଅଧିକ ଅଣ୍ଡାଦେବା ପରେ ବାଲିରେ ପୋତି ସମୁଦ୍ର ମଧ୍ୟକୁ ଫେରିଯାଇଥାନ୍ତି । ଅଣ୍ଡା ଦେବାର ୪୫ ଦିନ ପରେ ଅଣ୍ଡାରୁ ଛୁଆ ବାହାରି ସମୁଦ୍ରକୁ ଯାଇଥାନ୍ତି । ବନ ବିଭାଗ କର୍ମଚାରୀମାନେ ସାମୁଦ୍ରିକ କଇଁଛ ସୁରକ୍ଷିତ ସମେତ ଗଣ ଅଣ୍ଡାଦାନ ଉପରେ ଦୃଷ୍ଟି ରଖିଛନ୍ତି । ୨୦୨୪ ରେ ଗଣ ଅଣ୍ଡାଦାନ ହୋଇନଥିବା ବେଳେ ଚଳିତ ବର୍ଷ ଏହି ଗଣ ଅଣ୍ଡାଦାନ ହେଉଥିବା ଦେଖିବାକୁ ମିଳିଛି । କଇଁଛଙ୍କ ଆଗମନ ଓ ଅଣ୍ଡାଦାନ ପ୍ରକ୍ରିୟା ଶେଷ ହେବା ନେଇ ନଭେମ୍ବର ୧ ମେ ୩୧ ପ୍ରଯ୍ୟନ୍ତ ଆର୍ୟ୍ୟପଲ୍ଲୀରୁ ପ୍ରୟାଗି ୨୦ କିମି ଅଞ୍ଚଳକୁ ସମୁଦ୍ରରେ ନୋ ଫିସିଙ୍ଗ ଜୋନ୍‌ ଘୋଷଣା କରାଯାଇଛି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ