ଏକ ରାଷ୍ଟ୍ର ଏକ ନିର୍ବାଚନ: ପ୍ରିୟଙ୍କାଙ୍କୁ ମିଳିଲା ବଡ଼ ଦାୟିତ୍ୱ

କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ମଙ୍ଗଳବାର ଲୋକ ସଭାରେ ଏକ ରାଷ୍ଟ୍ର ଏକ ନିର୍ବାଚନ ପାଇଁ ୧୨୯ତମ ସମ୍ବିଧାନ ସଂଶୋଧନ ବିଲ ଆଗତ କରିଛନ୍ତି। ବିଲ୍‌ ଉପସ୍ଥାପନ ହେବା ପରେ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳସ୍ବରପ ସରକାରଙ୍କୁ ଏହାକୁ ଜେପିସିକୁ ପଠାଇବାକୁ ପଡିଥିଲା। ତେବେ ଏହି ସଂସଦୀୟ କମିଟିରେ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କୁ ବଡ଼ ଦାୟିତ୍ୱ ମିଳିଛି। କଂଗ୍ରେସ ଏହି କମିଟି ପାଇଁ ତାଙ୍କ ନାଁ ସୁପାରିଶ କରିଛି। ଏଥିସହ ଏହି କମିଟିରେ ମନୀଷ ତିୱାରୀ, ରଣଦୀପ ସୁରଜୱାଲା ଏବଂ ସୁଖଦେବ ଭଗତଙ୍କୁ ମିଳିତ ସଂସଦୀୟ କମିଟି (ଜେପିସି) ରେ କଂଗ୍ରେସ ପକ୍ଷରୁ ସାମିଲ କରାଯିବ। ସୂଚନାନୁସାରେ, ଟିଏମସିର କଲ୍ୟାଣ ବାନାର୍ଜୀ ଏବଂ ସାକେତ ଗୋଖଲେ ଏଥିରେ ଅଂଶଗ୍ରହଣ କରିବେ। ସେହିପରି ଶିବସେନା ଶିନ୍ଦେ ଦଳର ଶ୍ରୀକାନ୍ତ ଏଥିରେ ଅଂଶଗ୍ରହଣ କରିବେ।

କହିରଖୁଛୁ କି, ଯଦି ଜେପିସିରେ ଏହି ବିଲ ମଞ୍ଜୁର ହୁଏ ଏବଂ ସଂସଦର ଉଭୟ ଗୃହ ଦ୍ୱାରା ପାରିତ ହୁଏ, ତେବେ ଏହାକୁ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କ ଅନୁମୋଦନ ପାଇଁ ପଠାଯିବ। ରାଷ୍ଟ୍ରପତି ଦସ୍ତଖତ କରିବା ମାତ୍ରେ ଏହି ବିଲ ଆଇନରେ ପରିଣତ ହେବ। ଏହା ପରେ ୨୦୨୯ ସୁଦ୍ଧା ସମଗ୍ର ଦେଶରେ ଏକକାଳୀନ ର୍ନିବାଚନ ଅନୁଷ୍ଠିତ ହେବ।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ