ଏକାଠି ଉଠିଲା ମାଆ- ପୁଅ କୋକେଇ

ଡୁଙ୍ଗୁରିପାଲି: ଏମିତି ବି ଆସେ ମୃତ୍ୟୁ। ଅସହ୍ୟ ହେଲେ ପୁଅର ବିୟୋଗ, ଆଖିବୁଜିଳା ମାଆ। ଏକାଠି ଉଠିଲା ମାଆ- ପୁଅ କୋକେଇ। ଏଭଳି ଅଭାବନୀୟ ଘଟଣା ଡୁଙ୍ଗୁରିପାଲି ବ୍ଲକ ସହଲା ଗ୍ରାମରେ ଘଟିଛି। ଶନିବାର ମାତ୍ର ଅଧଘଣ୍ଟା ବ୍ୟବଧାନରେ ଉଭୟ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ ବିଳାସ ବାରିକ(୭୬) ଏବଂ ତାଙ୍କ ପୁଅ ରମେଶ(୫୩) । ମାତ୍ର ଅଧଘଣ୍ଟା ବ୍ୟବଧାନରେ ମା’ ଓ ପୁଅଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବାପରେ ଗାଁରେ ଶୋକର ଛାୟା ଖେଳିଯାଇଛି ।

ପ୍ରକାଶଯେ, ଶନିବାର ସକାଳ ପ୍ରାୟ ୫ଟାରେ ରମେଶଙ୍କ ମୃତ୍ୟୁ ହୋଇଥିଲା । ମୃତ୍ୟୁ ଶୋକରେ ଘରେ କାନ୍ଦବୋବାଳି ପଡ଼ିଥିଲା । ରମେଶଙ୍କ ମୃତ୍ୟୁର ଅଧଘଣ୍ଟାପରେ ପ୍ରାୟ ୫.୩୦ରେ ରମେଶଙ୍କ ମା’ ବିଳାସ ବାରିକଙ୍କ ମୃତ୍ୟୁ ଘଟିଥିଲା । ମୃତ୍ୟୁଶଯ୍ୟା ନିକଟରେ ପରିବାରବର୍ଗ ଉପସ୍ଥିତ ଥିଲେ । ପରେ ପରିବାର ଲୋକେ ଦୁହିଁଙ୍କୁ ଶୋଭାଯାତ୍ରାରେ ଶ୍ମଶାନ ଘାଟକୁ ନେଇଥିଲେ । ବଡ଼ନାତି ନଗେଶ ବାରିକ ଉଭୟଙ୍କୁ ମୁଖାଗ୍ନି ଦେଇଥିଲେ । ଏଭଳି ଏକ ଦୁଃଖଦ ଘଟଣାରେ ସମସ୍ତେ ସ୍ତମ୍ଭୀଭୂତ ହୋଇଯାଇଛନ୍ତି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ