ଏଣିକି ଏମାନେ ସୁଭଦ୍ରାରୁ ହେବେ ଅଯୋଗ୍ୟ

ଭୁବନେଶ୍ବର: ୧୮ ହଜାର ଟଙ୍କା ବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ। ଛାତ୍ରୀମାନେ ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଛନ୍ତି କି? କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଛି କି ? ଯଦି ଆପଣ ଏପରି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ ପଡ଼ିବେ। ଏନେଇ ଦୁଇ ବିଭାଗ ରୁ ରିପୋର୍ଟ ମାଗିଲା ମହିଳା ଓ ଶିଶୁ ବିକାଶ ବିଭାଗ। ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ ସଚିବଙ୍କୁ ପତ୍ର ଲେଖିଛି ବିଭାଗ।

‘ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ, ସେକ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହେବେ। ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି। ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ କରାଯାଉଛି, ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ୟ୍ୟରେ ବ୍ୟୟ ହେଉଛି, ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆଯାଇପାରୁନାହିଁ।ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀମାନେ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ନେଇଛନ୍ତି ତା’ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ଚିଠି ଲେଖିଛି ବିଭାଗ।ସୁଭଦ୍ରା ଉପରେ ପ୍ରଥମ ରାଜ୍ୟସ୍ତରୀୟ ପରିଚାଳନା ଏବଂ ତଦାରଖ କମିଟି ବୈଠକର ସମୀକ୍ଷା ପରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ଯେ, ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ ବାବୁ ପେନସନ ଯୋଜନା (ଏମବିପିୱାଇ) ଏବଂ ଜାତୀୟ ସାମାଜିକ ସହାୟତା କାର୍ୟ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ