ଏଥର ଦଶହରା ପାଗ ଶୁଖିଲା

ଭୁବନେଶ୍ବର : ମାଲାକ୍କା ସମୁଦ୍ର ସନ୍ଧି ପ୍ରଣାଳୀ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନରୁ ୯.୪କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଅଞ୍ଚଳରେ ପହଞ୍ଚିବ। ଆସନ୍ତା ୧୩ତାରିଖ ବେଳକୁ ଏହାର ପ୍ରଭାବରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ତେବେ ଏହି ଲଘୁଚାପ ବିଶେଷ ଘନୀଭୂତ ହେବାର ସମ୍ଭାବନା କମ୍‌ ରହିଛି।
ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଏବଂ ଗଞ୍ଜାମ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ବର୍ଷା ହୋଇପାରେ। ଅନ୍ୟପଟେ ଏହାର ତୀବ୍ରତା, ଗତିପଥ ଓ ସମ୍ଭାବ୍ୟ ପ୍ରଭାବ ସମ୍ପର୍କରେ ପାଣିପାଗ ବିଭାଗ ପକ୍ଷରୁ ଚିତ୍ର ସ୍ପଷ୍ଟ ହୋଇନାହିଁ। ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ୧୬ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଆସିପାରେ। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ ସାହୁ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନଟ ଲଘୁଚାପ ପର୍ଯ୍ୟନ୍ତ ଯାଇପାରେ। ଏହାଠାରୁ ବିଶେଷ ଘନୀଭୂତ ହେବାର ସମ୍ଭାବନା କମ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ।

  • Related Posts

    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading
    ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ବାତିଲ

    କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ବାତିଲ୍ ହୋଇଛି । ତେବେ କେଉଁ କାରଣରୁ ଏହି ଗସ୍ତ ବାତିଲ୍ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନ କଟକ ଗସ୍ତରେ ଆସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ