ଏନକାଉଣ୍ଟରରେ ୩ ନକ୍ସଲ ନିହତ

ଗୁମଲା: ମାଓ ବିରୋଧୀ ଅଭିଯାନରେ ସୁରକ୍ଷାବଳକୁ ମିଳିଛି ବଡ଼ ସଫଳତା। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗୁମଲା ଜିଲ୍ଲାରେ ସୁରକ୍ଷାବଳ ଓ ଉଗ୍ରବାଦୀ ସଂଗଠନ ଜେଜେଏମପି ମଧ୍ୟରେ ଗୁଳି ବିନିମୟରେ ୩ ମାଓବାଦୀ ନିହତ ହୋଇଛନ୍ତି । ଘାଘରା ଥାନା ସେହଲ ଲଭଡାଗ ଗାଁରେ ନିକଟସ୍ଥ ଜଙ୍ଗଲରେ ଏନକାଉଣ୍ଟର ହୋଇଛି । ସମସ୍ତ ତିନି ମାଓବାଦୀଙ୍କ ମୃତଦେହ ସହ ଘଟଣାସ୍ଥଳରୁ ସୁରକ୍ଷାବଳ ଏକେ-୪୭ ଓ ଇନସାସ ରାଇଫଲ୍ ଜବତ କରିଛନ୍ତି।

ଝାଡ଼ଖଣ୍ଡ ପୋଲିସର ସୂଚନା ଅନୁଯାୟୀ, ଘାଘରା ଥାନା ଅନ୍ତର୍ଗତ ଜଙ୍ଗଲରେ ମାଓ ଗତିବିଧିର ବିଶ୍ଵସ୍ତ ସୂତ୍ରରୁ ସୂଚନା ମିଳିବା ପରେ ସୁରକ୍ଷାବଳ ଓ ପୋଲିସ ମିଳିତ ଅଭିଯାନ ଆରମ୍ଭ କରିଥିଲେ। ସୁରକ୍ଷାବଳ ମାଓବାଦୀଙ୍କୁ ଘେରି ଯାଇଥିଲେ। ପ୍ରଥମେ ମାଓବାଦୀଙ୍କ ପକ୍ଷରୁ ଗୁଲିମାଡ଼ ଆରମ୍ଭ ହେବା ପରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଏଥିରେ ୩ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି। ମୃତ ମାଓବାଦୀଙ୍କ ଚିହ୍ନଟ ପ୍ରକ୍ରିୟା ଜାରି ରହିଥିବା ଅଧିକାରୀ କହିଛନ୍ତି। ଏକେ ୪୭ ଓ ଇନସାସ ରାଇଫଲ୍ସ ସହ ବିପୁଳ ମାତ୍ରାରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

  • Garvita Odia

    Related Posts

    କାରଗିଲ ବିଜୟ ଦିବସ: ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

    ନୂଆଦିଲ୍ଲୀ: ଆଜି କାରଗିଲ ବିଜୟ ଦିବସର ୨୬ତମ ପୂର୍ତ୍ତି ଅବସରରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଦେଶବ୍ୟାପୀ ସହିଦଙ୍କୁ ସମ୍ମାନ ଜଣାଇ ସ୍ମୃତି ସମାରୋହ, ଶ୍ରଦ୍ଧାଞ୍ଜଳି ସଭା, ସାମରିକ ପ୍ରଦର୍ଶନ ଏବଂ ବିଶେଷ କାର୍ୟ୍ୟକ୍ରମ…

    ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ସମ୍ପର୍କିତ ଆବେଦନ ସୁପ୍ରିମକୋର୍ଟରେ ଖାରଜ

    ନୂଆଦିଲ୍ଲୀ: ଆନ୍ଧ୍ର ପ୍ରଦେଶ ଏବଂ ତେଲେଙ୍ଗାନା ରାଜ୍ୟରେ ବିଧାନସଭା ଆସନ ସଂଖ୍ୟା ବୃଦ୍ଧି ପାଇଁ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଆରମ୍ଭ କରିବା ପାଇଁ କେନ୍ଦ୍ରକୁ ନିର୍ଦ୍ଦେଶ ଦେବା ସମ୍ପର୍କିତ ଏକ ଆବେଦନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ବିଚାରପତି ସୂର୍ୟ୍ୟକାନ୍ତ ଏବଂ…

    Leave a Reply

    Your email address will not be published. Required fields are marked *

    You Missed

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ