ଏବେବି ଆଶ୍ରୟସ୍ଥଳୀରେ ୧ଲକ୍ଷ ୧୦ହଜାର ୫୧୩ଜଣ ଲୋକ ଆଶ୍ରୟ ନେଇଛନ୍ତି

ଭୁବନେଶ୍ୱର:  ବାତ୍ୟା ଦାନା ପ୍ରଭାବରେ ଏବେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବାଲେଶ୍ୱର ଜିଲ୍ଲାର ୨ଟି ବ୍ଲକର ୧୦୫୦୦ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଏପଟେ ବାତ୍ୟା ପ୍ରଭାବିତ ଅଂଚଳରେ ୯୨% ଘରକୁ ବିଦ୍ୟୁତ ପୁନଃସଂଯୋଗ ଦିଆଯାଇଛି । ପାଣି ଛାଡ଼ିନଥିବାରୁ ଏବେବି ଆଶ୍ରୟସ୍ଥଳୀରେ ୧ଲକ୍ଷ ୧୦ହଜାର ୫୧୩ଜଣ ଲୋକ ଆଶ୍ରୟ ନେଇଛନ୍ତି ।  ବାତ୍ୟା ‘ଦାନା’ ପରବର୍ତ୍ତୀ ସ୍ଥିତିର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି ।

ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ବାତ୍ୟା “ଦାନା” ଦ୍ୱାରା କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ଅଧିକ ପ୍ରଭାବିତ ହୋଇଥିଲା । ରାଜ୍ୟରେ ବାତ୍ୟା ଆଶ୍ରୟସ୍ଥଳକୁ ସମୁଦାୟ ୮ ଲକ୍ଷ ୯ ହଜାର ୫୧୩ ଲୋକମାନଙ୍କୁ ଅଣାଯାଇଥିଲା । ସ୍ଥିତି ସ୍ୱାଭାବିକ ହେବାପରେ ଲୋକମାନେ ନିଜ ଘରକୁ ଫେରିଛନ୍ତି । ବର୍ତ୍ତମାନ ମାତ୍ର ୧ ଲକ୍ଷ ୧୦ ହଜାର ୭୭୦ ଜଣ ଆଶ୍ରୟସ୍ଥଳୀରେ ଅଛନ୍ତି । ଯେଉଁ ଅଞ୍ଚଳରେ ପାଣି ଜମି ରହିଛି, ସେଠାରେ ଲୋକମାନେ ଏ ପର୍ୟ୍ୟନ୍ତ ଅଛନ୍ତି। ପରିସ୍ଥିତି ସ୍ୱାଭାବିକ ହେବା ପର୍ୟ୍ୟନ୍ତ ସେମାନେ ସେଠାରେ ରହିପାରିବେ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ବାତ୍ୟା ଯୋଗୁ ସମୁଦାୟ ୨୨.୮୪ ଲକ୍ଷ ପରିବାରକୁ ବିଦ୍ୟୁତ୍ ଯୋଗାଣ ପ୍ରଭାବିତ ହୋଇଥିଲା । ଗଛ ପଡି ରାସ୍ତା ଅବରୋଧ ହେବା ସହ ବିଦ୍ୟୁତ୍ ସରବରାହରେ ବ୍ୟାଘାତ ଘଟିଥିଲା ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ