ଏସଆରସିଙ୍କ ହିଟ୍ ଓ୍ବେଭ ସମୀକ୍ଷା ପରେ ସ୍କୁଲ ଛୁଟି ନିଷ୍ପତ୍ତି ନିଆଯିବ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମରୁ ଉପକୂଳ ସବୁଠି ତାତି। ତାତିରେ କଳବଳ ହେଉଛି ସାରା ରାଜ୍ୟ । ଅସହ୍ୟ ଖରାକୁ ଗୁଳୁଗୁଳି କରୁଛି କଲାଣି ଅସ୍ତବ୍ୟସ୍ତ ଜନଜୀବନ । ଏପରି ସ୍ଥିତିରେ ରାଜ୍ୟରେ ସ୍କୁଲ ସବୁ ସକାଳୁଆ ଚାଲିଛି । ସକାଳ ୮ଟାରୁ ତାତି ବଢୁ ଆଗକୁ ବି ହିଟ୍ଓ୍ୱେଭ୍ ଆଲର୍ଟ ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏଭଳି ସ୍ଥିତରେ ଆଗୁଆ ସ୍କୁଲ ଛୁଟି କରିବାକୁ ସରକାର ଯୋଜନା କରିଛନ୍ତି।

ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ଯେଉଁ ଜିଲ୍ଲାଗୁଡିକରେ ଅସହ୍ୟ ଗରମ ହେଉଛି, ସେହି ସବୁ ଜିଲ୍ଲା ଗୁଡିକରେ ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ସ୍କୁଲ ଛୁଟି ହେବା ନେଇ ନିଷ୍ପତ୍ତି ନିଆଯିବ । ପିଲାମାନଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ । ପଶ୍ଚିମ ଓଡିଶାରେ କିଛି ଜିଲ୍ଲାରେ ଅତ୍ୟଧିକ ଗରମ ନେଇ ସୂଚନା ରହିଛି, ତାହାକୁ ମଧ୍ୟ ବିଚାରକୁ ନେଇଛି ବିଭାଗ । ସେହି ଜିଲ୍ଲାଗୁଡିକର ଜିଲ୍ଲାପାଳମାନେ ରିପୋର୍ଟ ଦେଲେ ବିଭାଗ ନିଷ୍ପତ୍ତି ନେବ । ଏସଆରସି ହିଟ ୱେଭକୁ ନେଇ ବୈଠକ ଡାକି ସମୀକ୍ଷା କରିବା ପରେ ହିଁ ଖରା ଛୁଟି ପାଇଁ ନିଷ୍ପତ୍ତି ନିଆଯିବ । ତେଣୁ ଏସଆରସିଙ୍କ ମିଟିଂ ପରେ ହିଁ ସ୍କୁଲ ଛୁଟି ନିଷ୍ପତ୍ତି ନିଆଯିବ ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ