ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ ପହଞ୍ଚିବା ପରେ, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡିୟମ୍‌ଠାରେ ସେମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଛନ୍ତି।

ଖେଳାଳିମାନଙ୍କ ସହ ଆଲୋଚନା କରି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, ସେମାନେ ଓଡ଼ିଶାର ଗୌରବ ଏବଂ ସାରା ଦେଶର ଯୁବବର୍ଗଙ୍କ ପାଇଁ ପ୍ରେରଣାର ଉତ୍ସ। ଏହି ଐତିହାସିକ ସଫଳତା ପାଇଁ ସେ ଉଭୟ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ଏହି ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଅଶୋକ କୁମାର ପଣ୍ଡା, ଅତିରିକ୍ତ ଶାସନ ସଚିବ ଶ୍ରୀ ବିଜୟ କୁମାର ସ୍ୱାଇଁ, ବିଭାଗୀୟ ଅଧିକାରୀ ଏବଂ ହକି ଆସୋସିଏସନ୍ ଅଫ୍ ଓଡ଼ିଶାର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା-ଗୁଜରାଟ ସହଯୋଗ ସୁଦୃଢ଼ ହେବ

    ରାଜସ୍ୱ ମନ୍ତ୍ରୀ ଏବଂ OSDMAର ବରିଷ୍ଠ ଅଧିକାରୀବୃନ୍ଦଙ୍କ ଗୁଜରାଟ ରାଜ୍ୟ ଗସ୍ତ ପ୍ରଶିକ୍ଷଣ, ଜ୍ଞାନ ବିନିମୟ, ଯୁଗ୍ମ ଅଭ୍ୟାସ ଓ କର୍ମଶାଳା ଆୟୋଜନ ଉପରେ ଉଭୟ ରାଜ୍ୟର ମିଳିତ ଗୁରୁତ୍ୱ ଗାନ୍ଧୀନଗର/ଭୁଜ, ଅକ୍ଟୋବର ୬ : ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଅଭିଜ୍ଞତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ