ଏସ୍‌ଆଇ ପରୀକ୍ଷାରେ ମହାଦୁର୍ନୀତି: ୫ ଜଣଙ୍କୁ ମାରାଥନ୍‌ ଜେରା

ଭୁବନେଶ୍ବର: ପୁଲିସ ଏସ୍‌ଆଇ ପରୀକ୍ଷା ମହାଦୁର୍ନୀତିର ଗୁମର ଖୋଲିବା ଆରମ୍ଭ କରିଛି। ଏହି କେଳେଙ୍କାରୀରେ ରାଜନେତାଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବା ସନ୍ଦେହ ବଢ଼ିଲାଣି। କେବଳ ସେତିକି ନୁହେଁ, ଯେଉଁ ସବୁ ସଂସ୍ଥାରେ ପୂର୍ବରୁ କଳାଦାଗ ଲାଗିଛି, ପ୍ରଶ୍ନପତ୍ର ପ୍ରସ୍ତୁତି ଓ ପରୀକ୍ଷା ପରିଚାଳନା ପାଇଁ ସେହି ସବୁ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରାଯାଇଛି। କ୍ରାଇମ୍‌ବ୍ରାଞ୍ଚ ଏବେ ଏସବୁ ଦିଗକୁ ନେଇ ତନାଘନା କଲାଣି। ଅନ୍ୟପକ୍ଷରେ ଏହି ଘଟଣାରେ ପୁଲିସ ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ ଗିରଫ କରିଥିବା ବେଳେ ରୢାକେଟ୍‌ ପଛର ମାଷ୍ଟରମାଇଣ୍ଡ ଏବେ ବି ଫେରାର ଅଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ସିଲିକନ୍‌ ଟେକ୍‌ ଲ୍ୟାବ୍‌ର ମାଲିକଙ୍କ ସମେତ ୫ରୁ ଅଧିକଙ୍କୁ ମାରାଥନ ଜେରା କରି ଅନେକ ତଥ୍ୟ ହାତେଇଛି। ସେହିପରି ଭୁବନେଶ୍ବର ଓ ବ୍ରହ୍ମପୁରସ୍ଥିତ ପଞ୍ଚସଫ୍‌ଟ ଏବଂ ଅନ୍ୟ ୩ଟି ଅଫିସରେ ଚଢ଼ଉ କରି ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିବା ସହ ଅଫିସ୍‌କୁ ସିଲ୍‌ କରିଛି।
ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ପୁଲିସ ଏସ୍‌ଆଇ ପରୀକ୍ଷା ପରିଚାଳନା ଲାଗି କୋଲକାତାର ଆଇଟିଆଇ ସଂସ୍ଥାକୁ ଟେଣ୍ଡର ମିଳିଥିଲା। ପରେ ଏହି ସଂସ୍ଥା ହାଇଦ୍ରାବାଦର ସିଲିକନ୍‌ ଟେକ୍‌ଲାବ୍ ପ୍ରାଇଭେଟ୍ ଲିମିଟେଡ୍‌ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରିଥିଲା। ସିଲିକନ୍‌ ଏହାକୁ ସବ୍‌ଲେଟ୍‌ରେ ବ୍ରହ୍ମପୁରର ପଞ୍ଚସଫ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ସଂସ୍ଥାକୁ ଦାୟିତ୍ବ ଦେଇଥିଲା। ପଞ୍ଚସଫ୍ଟକୁ ଦାୟିତ୍ବ ମିଳିବା ପରେ ସଂସ୍ଥାର ନିର୍ଦେଶକ ଶଙ୍କର ପୃଷ୍ଟି ଘୋଟାଲା ପାଇଁ ଯୋଜନା କରିଥିଲେ। ଖଣ୍ଡଗିରି ଅଞ୍ଚଳର ମୁନା ମହାନ୍ତିଙ୍କୁ ରୢାକେଟ୍‌ରେ ସାମିଲ୍‌ କରି ଆଶାୟୀଙ୍କୁ ଚାକିରି ଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଆଦାୟ କରିଥିଲେ। ତେବେ ମୁନା ବିଭିନ୍ନ ମାଧ୍ୟମରେ ଆଶାୟୀଙ୍କ ସହ ଯୋଗାଯୋଗ କରି ଆଗୁଆ ଅରିଜିନାଲ୍‌ ସାର୍ଟିଫିକେଟ ହାତଉଥିଲା। ଏହାକୁ ସେ ଶଙ୍କର ସହ ଯୋଗାଯୋଗ କରି ହାଇଦ୍ରାବାଦ ସଂସ୍ଥା ପାଖକୁ ପଠାଉଥିଲା। ଯାହାର ପ୍ରମାଣ ପୁଲିସ ହାତରେ ଲାଗିଛି। ଏହାଛଡ଼ା ଗିରଫ ୧୧୭ ଜଣଙ୍କ ଭିତରୁ ୯ ଜଣଙ୍କ ଭୂମିକାକୁ ନେଇ ସନ୍ଦେହ ସୃ‌‌ଷ୍ଟି ହୋଇଛି। ସବୁଠୁ ବଡ଼କଥା ହେଲା ଏହି ୯ଜଣଙ୍କ ମଧ୍ୟରୁ ପୂର୍ବତନ ଜେଲ୍‌ ଡିଆଇଜିଙ୍କ ପୁଅ ରହିଛନ୍ତି। ସଂପୃକ୍ତ ଡିଆଇଜି ୪ ମାସ ତଳେ ଚାକିରିରୁ ଅବସର ନେଇଛନ୍ତି।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ