ଓଆଇଏସଏଫ ପାଇଁ ଆଉ ୨ଟି ବାଟାଲିଅନ ଗଠନକୁ ମଞ୍ଜୁରୀ

ଭୁବନେଶ୍ୱର: ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ଟି ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ଓଆଇଏସଏଫରେ ଗୋଟିଏ ବାଟାଲିଅନ କାର୍ୟ୍ୟରତ ଥିଲା। ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭। ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିଅନ ସୃଷ୍ଟି କରିଥିଲେ। ଏହାଦ୍ୱାରା ସମୁଦାୟ ୨ଟି ବାଟାଲିଅନ କାର୍ୟ୍ୟ କରୁଥିଲା ଏବଂ ଏହି ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ଥିଲା। ତୃତୀୟ ଓ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବାପରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସରେ ସମୁଦାୟ ପଦବୀ ସଂଖ୍ୟା ୪୯୨୭ ହୋଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ ଓଡ଼ିଶା ୨୦୨୫ ପରେ ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆହୁରି ଦୁଇଟି ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଥିବା ଜଣାପଡ଼ିଛି।

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ