ଓଏଭି ରାଇକିଆରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

‘ସମସ୍ତଙ୍କ ପାଇଁ କ୍ରୀଡ଼ା’ ବାର୍ତ୍ତା ନେଇ ସଚେତନତା ରାଲି

ରାଇକିଆ-୨୯-୨୬-ମହାନ ହକି ଖେଳାଳି ତଥା ହକିର ଯାଦୁକର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅବସରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ରାଇକିଆ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ପକ୍ଷରୁ କ୍ରୀଡ଼ା ସଚେତନତା ରାଲି ଆୟୋଜନ କରାଯାଇଥିଲା।
ଓଏଭି ରାଇକିଆଠାରୁ ମାଣ୍ଡାକିଆ ପର୍ଯ୍ୟନ୍ତ ଆୟୋଜିତ ଏହି ରାଲିରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଣଶିକ୍ଷକ କର୍ମଚାରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ରାଲି ମାଧ୍ୟମରେ କ୍ରୀଡ଼ାର ଗୁରୁତ୍ୱ, ଶାରୀରିକ ସୁସ୍ଥତା, ଶୃଙ୍ଖଳା ଏବଂ ସୁସ୍ଥ ଜୀବନଶୈଳୀ ସମ୍ପର୍କରେ ସାଧାରଣରେ ସଚେତନତା ସୃଷ୍ଟି କରାଯାଇଥିଲା।ଛାତ୍ରଛାତ୍ରୀମାନେ କ୍ରୀଡ଼ା ସମ୍ପର୍କିତ ବିଭିନ୍ନ ସ୍ଲୋଗାନ ଦେଇ ରାଲିରେ ସାମିଲ ହୋଇଥିଲେ। କ୍ରୀଡ଼ା କେବଳ ଶାରୀରିକ ସୁସ୍ଥତା ନୁହେଁ, ଏହା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶୃଙ୍ଖଳା, ନେତୃତ୍ୱ, ଦଳଗତ ମନୋଭାବ ଓ ଆତ୍ମବିଶ୍ୱାସ ବୃଦ୍ଧି କରିଥାଏ ବୋଲି କାର୍ଯ୍ୟକ୍ରମରେ ବାର୍ତ୍ତା ଦିଆଯାଇଥିଲା।ବିଦ୍ୟାଳୟ ଅଧ୍ୟକ୍ଷ ଅମୀୟ କୁମାର ମହାପାତ୍ରଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଣଶିକ୍ଷକ କର୍ମଚାରୀ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। କ୍ରୀଡ଼ା ମାଧ୍ୟମରେ ଏକ ସୁସ୍ଥ ଓ ଶୃଙ୍ଖଳିତ ସମାଜ ଗଠନ ସହ ‘ସମସ୍ତଙ୍କ ପାଇଁ କ୍ରୀଡ଼ା’ ବାର୍ତ୍ତାକୁ ଜନମାନସରେ ପହଞ୍ଚାଇବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ଧରା ପଡ଼ିଲେ ୪ ଚୋର, ୯ଛେଳି ଓ ୨ଟି କାର ଜବତ

    ନିମାପଡ଼ା : ଶୁକ୍ରବାର ରାତ୍ରରେ ଚାରିଛକ ଥାନା ଅନ୍ତର୍ଗତ ଚଉରାଶି ଗ୍ରାମର ଜନୈକ ବ୍ୟକ୍ତିଙ୍କ ଗୁହାଳରୁ ଛେଳି ଚୋରୀ କରି ୨ଟି କାରରେ ନେବା ବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡିଛନ୍ତି ୪ ଛେଳି ଚୋର। ଗ୍ରାମବାସୀ ମାନେ ଛେଳି ଚୋରଙ୍କୁ…

    Continue reading
    FIRE IN RTO OFFICE ଗଜପତି ଆରଟିଓ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

    ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପରିବହନ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ। ଶନିବାର ପୂର୍ବାହ୍ଣ ପ୍ରାୟ ୯ଟା ୩୦ ସମୟରେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ହଠାତ୍ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡରେ କାର୍ଯ୍ୟାଳୟର ବହୁ ଅଂଶ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ