ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି। ହାତ ଲେଖା ପ୍ରଶ୍ନପତ୍ର ଲାପଟପ୍‌ରୁ ବାହାରିଲା ବୋଲି କୁହାଯାଉଛି। ଏବେ ପ୍ରଶ୍ନ ଉଠୁଛି ବୋର୍ଡ ଉପସଭାପତିଙ୍କ ଲାପଟପରେ ଏଭଳି ପ୍ରଶ୍ନପତ୍ର ରୁହେ କି ? ଲିକ୍ କରିଥିବା ବ୍ୟକ୍ତିଙ୍କୁ ପାସୱାର୍ଡ ଦେଲା କିଏ ? ପୂର୍ବରୁ ବୋର୍ଡ ଉପସଭାପତିଙ୍କୁ ଅପସାରଣ କରିବା ପାଇଁ ବହୁବାର ଅଭିଯୋଗ ହୋଇଛି। କିନ୍ତୁ ସରକାର ଜଣେ ବ୍ୟକ୍ତିକୁ କାହିଁକି ଏତେ ବର୍ଷ ଧରି ଗୋଟିଏ ପଦବୀରେ ରଖିଥିଲେ ?

ବିଜୟ ପଟ୍ଟନାୟକ ପୁଣି କହିଛନ୍ତି, ଚାରୁ ମାଇଣ୍ଡ ୱାର୍କସ୍ ନାମକ ଏକ ରାଜସ୍ଥାନର ଘରୋଇ ସଂସ୍ଥା ପରୀକ୍ଷା ସହ ସଂଶ୍ଲିଷ୍ଟ ଅଛି। ଯେଉଁ ସଂସ୍ଥା ବୋର୍ଡ ଉପସଭାପତି ନିହାର ମହାନ୍ତିଙ୍କ ଝିଅ ଓ ଜ୍ୱାଇଁଙ୍କର ବୋଲି ଚର୍ଚ୍ଚା ହେଉଛି। ଏ ଦିଗରେ ସରକାର ନିରପେକ୍ଷ ତଦନ୍ତ କରନ୍ତୁ। ବୋର୍ଡ ଉପସଭାପତିଙ୍କ ସମ୍ପୃକ୍ତି ନେଇ ତଦନ୍ତ ହେଉ। ତାଙ୍କୁ ସେ ପଦରୁ ଅପସାରଣ କରାଯାଉ ବୋଲି ବିଜୟ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଛନ୍ତି।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ