ଓଡ଼ିଶା ଉପରେ ନାହିଁ ବାତ୍ୟା ପ୍ରଭାବ

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡ଼ା ଦକ୍ଷିଣ-ପଶ୍ଚିମ ଉତ୍ତରପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହିତ ପୂର୍ବ ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ ଉପରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। କେନ୍ଦ୍ରୀୟ-ଦକ୍ଷିଣବଙ୍ଗୋପସାଗର ସହିତ ଆଣ୍ଡାମାନ ସାଗରରେ ମେଘଖଣ୍ଡ ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଆସନ୍ତା ୧୧ ତାରିଖ ବେଳକୁ ତାମିଲନାଡୁ ଏବଂ ଶ୍ରୀଲଙ୍କା ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ବିଭିନ୍ନ ମଡେଲର ଆକଳନକୁ ନେଇ ପାଣିପାଗ ବିଶେଷଜ୍ଞ କହୁଛନ୍ତି।

କିନ୍ତୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସ୍ପଷ୍ଟ କରିଛି ଯେ, ରାଜ୍ୟ ଉପରେ ଲଘୁଚାପ କି ସାମୁଦ୍ରିକ ଝଡ଼ ବା ବାତ୍ୟାର ପ୍ରଭାବ ନାହିଁ। ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼, ଝାରସୁୁଗଡ଼ା, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ସହିତ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ରାଜ୍ୟରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଟିଟିଲାଗଡ଼ରେ ପାରଦ ୩୯ ଡିଗ୍ରୀ ଥିବାବେଳେ ଭୁବନେଶ୍ବରରେ ୩୭.୧ ଏବଂ କଟକରେ ୩୫.୬ଡିଗ୍ରୀ ରହିଛି। ଶନିବାରଠାରୁ ରାଜ୍ୟରେ ସର୍ବାଧିକ ତାପମାତ୍ରା ବଢିବ। ଆସନ୍ତା ୨ରୁ ୩ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ୟ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ