ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଜନାଥ ସିଂହ

ଭୁବନେଶ୍ୱର: ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଆସନ୍ତାକାଲି ସେ କୋରାପୁଟ ଜିଲ୍ଲା ଗସ୍ତ କରିବେ। ଗସ୍ତ ସମୟରେ ସୁନାବେଡ଼ାସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL)ର ପ୍ରତିରକ୍ଷା ଉତ୍ପାଦନ ୟୁନିଟ୍ ପରିଦର୍ଶନ କରିବେ ।

ସୂଚନା ଅନୁଯାୟୀ, ସୁନାବେଡ଼ା HAL ୟୁନିଟ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜନାଥ ସିଂହ ଯୋଗଦେବେ । ଏହି ଅବସରରେ ୟୁନିଟ୍ରେ ପ୍ରତିରକ୍ଷା ଉତ୍ପାଦନ ସହ ଜଡ଼ିତ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ସହ HALର ବରିଷ୍ଠ ଅଧିକାରୀ ଏବଂ ପ୍ରତିରକ୍ଷା କ୍ଷେତ୍ର ସହ ଜଡ଼ିତ ଅଧିକାରୀଙ୍କ ସହ ଆଲୋଚନା କରିପାରନ୍ତି ।

ରାଜନାଥ ସିଂହଙ୍କ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ । ପ୍ରତିରକ୍ଷା ଉତ୍ପାଦନ ଓ HAL ୟୁନିଟ୍‌ର ବିଭିନ୍ନ ପ୍ରସଙ୍ଗ ନେଇ ଏହି ଗସ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଗସ୍ତ ଶେଷ କରି ଅପରାହ୍ନରେ ରାୟପୁର ଦେଇ ରାଜନାଥ ସିଂହ ଦିଲ୍ଲୀ ଫେରିଯିବେ ବୋଲି ସୂଚନା ମିଳିଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ