ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର: ଦୁଇ ଦନିଆ ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ରେ ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ ଦର୍ଶନ କରିବେ। ୨୫ରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩ ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ । କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ୟ୍ୟକ୍ରମ ସ୍ଥିର ହୋଇଛି ।

୨୪ ତାରିଖରେ ରାଷ୍ଟ୍ରପତି ରାଜ୍ୟର ପ୍ରମୁଖ ପର୍ୟ୍ୟଟନସ୍ଥଳୀ ତଥା ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍‌ ଅନ୍ତର୍ଗତ କଣ୍ଟିଲୋସ୍ଥିତ ମହାପ୍ରଭୁ ଶ୍ରୀ ନୀଳମାଧବଙ୍କୁ ଦର୍ଶନ କରିବେ ବୋଲି ପ୍ରାକ୍‌ ସୂଚନା ମିଳିଛି । ସେହିପରି ୨୫ରେ ରେଭେନ୍ସା ସମାବର୍ତ୍ତନ ଉତ୍ସବ ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶେଷ ଆୟୋଜନ କରାଯାଉଛି । ରାଷ୍ଟ୍ରପତିଙ୍କ ସହିତ ଏହି ଉତ୍ସବରେ ଅନ୍ୟତମ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ।

ସୂଚନାଯୋଗ୍ୟ ପୂର୍ବରୁ ଫେବ୍ରୁଆରୀ ୧୪ ତାରିଖରେ ସମାବର୍ତ୍ତନ ଉତ୍ସବ ଆୟୋଜିତ ହେବାକୁ ସ୍ଥିର ହୋଇଥିଲେ ମଧ୍ୟ କୌଣସି କାରଣରୁ ଏହାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସ୍ଥଗିତ ରଖିଥିଲେ ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ