ଓଡ଼ିଶା ପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରେ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ପର୍ବ-୨୦୨୪ରେ ଅଂଶଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।

ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଶା ପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଓଡିଶା ପର୍ବକୁ ଆସି ମୁଁ ଗର୍ବିତ ବୋଲି କହିଥିଲେ। ଓଡ଼ିଶା ସନ୍ଥ ଏବଂ ବିଦ୍ୱାନଙ୍କ ଧରିତ୍ରୀ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ ଏହା ହିଁ ଓଡ଼ିଶାର ସଂସ୍କୃତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏପରିକି ସ୍ବାଧୀନତା ଆନ୍ଦୋଳନରେ ଓଡ଼ିଆ ବୀରଙ୍କ ଅବଦାନ ଅନେକ। ପାଇକ ବିଦ୍ରୋହ ଏହାର ଏକ ଉଦାହରଣ ବୋଲି ପ୍ରଧାନମନ୍ତ୍ରୀ ଉଦ୍‌ବୋଧରେ କହିଥିଲେ।

ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି, ଏହା ଗର୍ବର ବିଷୟ। ଓଡ଼ିଶାର ମହିଳା ଆଗକୁ ବଢ଼ିଲେ ଓଡ଼ିଶା ଆଗକୁ ବଢ଼ିବ। କିଛିଦିନ ତଳେ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛି। ଏହି ଯୋଜନା ମାଧ୍ୟମରେ ମହିଳାଙ୍କ ଆର୍ଥକ ବିକାଶ ହୋଇପାରିବ। ସାମୁଦ୍ରିକ ସାମର୍ଥ୍ୟକୁ ଉତ୍କଳୀୟମାନେ ବିସ୍ତାର ଦେଇଥିଲେ। କଟକ ବାଲିଯାତ୍ରାକୁ ମନେପକାଇ ଭାରତର ନୌବାଣିଜ୍ୟ ପରମ୍ପରା ବିଷୟରେ ପ୍ରଧାନମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗ ଦେଇଥିଲେ।

Related Posts

ଭାରତୀୟମାନଙ୍କ ପାଇଁ ଆଡଭାଇଜରି ଜାରି: ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆମେରିକା-ଇରାନ ଯୁଦ୍ଧବିରତି ସତ୍ତ୍ୱେ, କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ଏକ ଆଡଭାଇଜରି ଜାରି କରିଛନ୍ତି। ଯେଉଁଥିରେ ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ବର ମଧ୍ୟ ଜାରି କରିଛନ୍ତି। ଇରାନରେ…

Continue reading
ପୁଣି ବଢିଲା ସୁନା

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଅସ୍ତ୍ରବିରତି ଏବଂ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ହ୍ରାସ ଯୋଗୁଁ ଆଜି ଏସୀୟ ବଜାରରେ ତୀବ୍ର ବୃଦ୍ଧି ଘଟିଛି। ଏହାର ପ୍ରତିଫଳନ ଘରୋଇ ଷ୍ଟକ୍ ବଜାର ଉପରେ ମଧ୍ୟ ପଡୁଛି। ପ୍ରାରମ୍ଭିକ କାରବାରରେ ବିଏସଇ ସେନସେକ୍ସ ୨୭୦୦…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ