ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି:ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର :ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର ସୁଯୋଗ ରହିଛି। ବିଦେଶ ଗସ୍ତ କରି ନିବେଶକଙ୍କୁ ଆକୃଷ୍ଟ କରିବାକୁ ଉଦୟମ କରିଛି। ଏହାର ସୁଫଳ ଆଜି ମିଳିବାକୁ ଯାଉଛି। ସିଙ୍ଗଲ ୱିଣ୍ଡୋ ମଞ୍ଜୁରୀ ଜରିଆରେ ପ୍ରତିବନ୍ଧକ ଦୂର କରିଛୁ। ଆପଣଙ୍କୁ ପୁଞ୍ଜି ନିବେଶ ପାଇଁ ଆମନ୍ତ୍ରଣ କରୁଛି। ଭାରତକୁ ୩ୟ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର ଆହ୍ଵାନରେ ସାମିଲ ହେବୁ।
ଭୁବନେଶ୍ଵର ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍-୨୦୨୫ ଉଦଘାଟିତ। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିବେଶକ ମହାକୁମ୍ଭରେ ପ୍ରଧାନମନ୍ତ୍ରୀ ଏବଂ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ଵାଗତ କରିଛନ୍ତି। ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି ଯେ, ଆଜି ଆମ ପାଇଁ ଗର୍ବ ଓ ଗୌରବର ଦିନ। ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଉତ୍କର୍ଷ ଓଡ଼ିଶାର ଶୁଭାରମ୍ଭ ହେଉଛି। ୭ ମାସ ମଧ୍ୟରେ ପ୍ରଧାନମନ୍ତ୍ରୀ ୫ ଥର ଓଡ଼ିଶା ଗସ୍ତ କରିଛନ୍ତି। ଏହା ହିଁ ଓଡ଼ିଶା ପ୍ରତି ତାଙ୍କର ଭଲପାଇବା। ସବୁ ଗସ୍ତରେ ଆପଣ ଓଡ଼ିଶାକୁ କିଛି ନା କିଛି ଉପହାର ଆଣି ଆସିଥାନ୍ତି ଏବଂ ଆଜି ଆମ ପାଇଁ ବିଶେଷ ମୁହୂର୍ତ୍ତ । ଆଜି ଯେଉଁ ଉପହାର ଆଣି ଆସିଛନ୍ତି ତାହା ଆମ ଓଡ଼ିଶାର ଦିଶା ବଦଳାଇ ଦେବ। ପୂର୍ବୋଦୟ ଢାଞ୍ଚାର ଆଜି ଶୁଭାରମ୍ଭ ହେବ। ଆପଣଙ୍କ ଉପସ୍ଥିତି ପୁଞ୍ଜି ନିବେଶକାରୀଙ୍କ ମନୋବଳ ବଢାଇବ।
ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଦେଶର ଡ୍ରାଇଭିଂ ଇଞ୍ଜିନ । ସିଙ୍ଗାପୁର ରାଷ୍ଟ୍ରପତି ଓଡ଼ିଶା ଆସିବା ଏବଂ ୮ ଟି ଏମୟୁ ସ୍ବାକ୍ଷର କରିବା ଆମ ପାଇଁ ବହୁତ ବଡ଼ କଥା। ସମସ୍ତ ଶିଳ୍ପପତିଙ୍କ ପାଇଁ ଓଡ଼ିଶାର ଦ୍ୱାର ସବୁବେଳେ ଖୋଲା ରହିଛି । ସମସ୍ତେ ଆସନ୍ତୁ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରନ୍ତୁ। ମାଲକାନଗିରି, ରାୟଗଡା, କେନ୍ଦୁଝରରେ ଫୁଡ଼ ପ୍ରୋସେସିଂ ପାଇଁ ସମ୍ଭାବନା ରହିଛି। କେମିକାଲ ଓ ପେଟ୍ରୋ କେମିକାଲ, ଫାର୍ମା , ସେମିକଣ୍ଡକ୍ଟର, ଆଇଟି ଭଳି ସେକ୍ଟର ଗୁରୁତ୍ୱ ରହିଛି। ସ୍କିଲଡ୍ ଇନ୍ ଓଡ଼ିଶା ଭଳି ପଦକ୍ଷେପ ଆମେ ନେଇଛୁ। ସମସ୍ତେ ଆସନ୍ତୁ ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ। ମୁଁ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପ୍ରକୃଷ୍ଠ ସମୟ। ଆପଣଙ୍କୁ ଓଡ଼ିଶା ସ୍ୱାଗତ କରୁଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ