ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ଭୁବନେଶ୍ୱର, ୨୭/୦୪/୨୦୨୬: ସମ୍ୱଲପୁରର ରେଙ୍ଗାଲି ଠାରେ JSW ଓ ଜାପାନର JFE Steel ମଧ୍ୟରେ ଏକ ଜଏଣ୍ଟ ଭେନ୍‌ଚର୍ ଘୋଷଣା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ଭାରତରେ ଅବସ୍ଥାପିତ ଜାପାନର ରାଷ୍ଟ୍ରଦୂତ ମିଷ୍ଟର ଓନୋ କେଇଚି (Mr ONO Keiichi) ମଧ୍ୟ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଜାପାନର ରାଷ୍ଟ୍ରଦୂତଙ୍କୁ ପାରମ୍ପରିକ ଓଡ଼ିଆ ଖାଦ୍ୟ ପରଷା ଯାଇଥିଲା । ପାରମ୍ପରିକ ଓଡ଼ିଆ ଖାଦ୍ୟର ସ୍ୱାଦରେ ରାଷ୍ଟ୍ରଦୂତ ଖୁବ୍‌ ଆନନ୍ଦିତ ହୋଇଥିଲେ । ବିଶେଷକରି, ‘ଡାଲମା’ର ସ୍ୱାଦ ତାଙ୍କୁ ଖୁବ୍‌ ଭଲ ଲାଗିଥିଲା । କାର୍ଯ୍ୟକ୍ରମ ପରେ ସେ ତାଙ୍କର ସୋସିଆଲ ମେଡିଆ ହ୍ୟାଣ୍ଡେଲ ‘X’ ରେ ଲେଖିଛନ୍ତି ଯେ, ‘‘ଓଡ଼ିଶାରେ ଡାଲମାର ସ୍ୱାଦକୁ ଖୁବ୍‌ ଉପଭୋଗ କଲି । ଏହା ଅତ୍ୟନ୍ତ ସ୍ୱାଦିଷ୍ଟ ଏବଂ ଓଡ଼ିଶାର ଉନ୍ନତ ରନ୍ଧନ କଳାର ଏକ ସୁନ୍ଦର ପ୍ରତିଫଳନ ।’’
ରାଷ୍ଟ୍ରଦୂତ ମିଷ୍ଟର ଓନୋ’ଙ୍କର ଏହି ମନ୍ତବ୍ୟ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଆନନ୍ଦ ପ୍ରକାଶ କରି ରାଷ୍ଟ୍ରଦୂତ ଓନୋ’ଙ୍କୁ ଧନ୍ୟବାଦ ଜଣାଇ ତାଙ୍କ ‘X’ ହ୍ୟାଣ୍ଡେଲ’ରେ ଲେଖିଛନ୍ତି ଯେ, ଓଡ଼ିଶାର ପାରମ୍ପରିକ ସ୍ୱାଦକୁ ଏତେ ଭଲ ପାଇଥିବାରୁ ଅନେକ ଧନ୍ୟବାଦ ଆମ୍ୱାସାଡର ‘ଓନୋ ସାନ୍’ (ମିଷ୍ଟର ଓନୋ) । ମୁଖ୍ୟମନ୍ତ୍ରୀ ଆହୁରି ଲେଖିଛନ୍ତି ଯେ, ଡାଲମା କେବଳ ଆମ ଖାଦ୍ୟ ପରମ୍ପରାର ଅଂଶ ନୁହେଁ, ଏହା ହେଉଛି ଆମ ସଂସ୍କୃତି ଓ ଆତିଥେୟତାର ପ୍ରତୀକ । ଏହି ମତପ୍ରକାଶ କରିବା ସହିତ ଓଡ଼ିଶା ଓ ଜାପାନ ମଧ୍ୟରେ ଥିବା ସାଂସ୍କୃତିକ ସମନ୍ୱୟ ଆଗାମୀ ଦିନରେ ଆମର ବନ୍ଧୁତାକୁ ଆହୁରି ସୁଦୃଢ଼ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ