ଓଡ଼ିଶାର ହକର ଲଢେଇରେ ବିଜେଡି କେବେ ପଛଘୁଞ୍ଚା ଦେବ ନାହିଁ : ନବୀନ

ଭୁବନେଶ୍ବର : ଆଜି ୨୭ ବର୍ଷର ସେବା ଦେଇଥିବା ବିଜୁ ଜନତା ଦଳକୁ ପୂରିବାକୁ ଯାଉଛି ୨୮ ବର୍ଷ । ଦେଶର ଏକ ଶକ୍ତିଶାଳୀ ଆଞ୍ଚଳିକ ଦଳ ଭାବେ ବିଜେଡି ପାଳିବାକୁ ଯାଉଛି ୨୮ ତମ ପ୍ରତିଷ୍ଠା ଦିବସ । ପ୍ରତିଷ୍ଠା ଦିବସ ଅବସରରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଏକ୍ସ ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି । ସେ କହିଛନ୍ତି, ଓଡ଼ିଶାବାସୀଙ୍କ ବିଶ୍ବାସ ଓ ଭରଷାକୁ ଅତୁଟ ରଖି ବିଜେଡି ଦୃଢତା ସହ ଆଗକୁ ବଢୁଛି । ପ୍ରତିଟି କର୍ମୀଙ୍କ ନିଷ୍ଠା ଓ ଉତ୍ସର୍ଗୀକୃତ କାର୍ୟ୍ୟ ବିଜେଡିକୁ ଶ୍ରେଷ୍ଠ ଆଞ୍ଚଳିକ ଦଳର ପରିଚୟ ଦେଇଛି । ଓଡ଼ିଶାର ହକର ଲଢେଇରେ ବିଜେଡି କେବେ ପଛଘୁଞ୍ଚା ଦେବ ନାହିଁ । ଦଳର ୨୮ତମ ପ୍ରତିଷ୍ଠା ଦିବସରେ ଆସନ୍ତୁ ସଙ୍କଳ୍ପବଦ୍ଧ ହେବା । ଏକ ହୋଇ ଓଡ଼ିଶାବାସୀଙ୍କ ସେବାରେ ଲଢେଇକୁ ସମସ୍ତେ ଜୋରଦାର କରିବା ନବୀନ ଦେଇଛନ୍ତି ଆହ୍ବାନ ।

ଅନ୍ୟପଟେ ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ଅବସରରେ ଶଙ୍ଖ ଭବନରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମ । ଯେଉଁଥିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ସକାଳ ୧୧ଟାରେ ଯୋଗ ଦେଇ ଉଦବୋଧନ ଦେବେ । ତାଙ୍କ ଉଦବୋଧନକୁ ଉତ୍ସାହ ସହ ଅପେକ୍ଷା କରିଛନ୍ତି ବିଜେଡି ନେତା ଓ କର୍ମୀ । ଶଙ୍ଖ ଭବନ ସହ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ବି ପ୍ରତିଷ୍ଠା ଦିବସ ପାଳନ କରାଯିବ ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ