ଓଡ଼ିଶାରେ ଆଇନଶୃଙ୍ଖଳା ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି: ବିଜେଡି

ଭୁବନେଶ୍ୱର: ଓଡିଶାର ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି । ସାଧାରଣ ଲୋକଙ୍କୁ ସୁରକ୍ଷା ଦେବାରେ ବିଫଳ ଡବଲ ଇଞ୍ଜିନ ସରକାର। ସୁରକ୍ଷା ବଳୟରେ ଥିବା ରାଜଧାନୀରୁ ଚୋରି କେମିତି ହେଲା? ଭିଆଇପିଙ୍କ ଘରୁ ଚୋରି ହେଉଛି, ସାଧାରଣ ଲୋକେ କେମିତି ସୁରକ୍ଷା ପାଇବେ? ରାଜଧାନୀ ଭୁବନେଶ୍ୱରର ଭିଆଇପି କଲୋନୀରେ ରହୁଥିବା ବରିଷ୍ଠ ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଡକାୟତି ଖବର ରାଜ୍ୟରେ ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତିର ନଗ୍ନ ଉଦାହରଣ।ରାଜଧାନୀରେ ସାଧାରଣତନ୍ତ୍ର ଦିବସ ପାଳନର କଡ଼ା ସୁରକ୍ଷା ସତ୍ତ୍ୱେ ବରିଷ୍ଠ ନେତାଙ୍କ ଘରୁ ଯଦି ଡକାୟତି ହେଉଛି, ତେବେ ସାଧାରଣ ଜନତାଙ୍କ ଧନଜୀବନ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ରାଜ୍ୟରେ ବିଜେପି ସରକାର ଗଠନ ପରଠାରୁ ଆଇନଶୃଙ୍ଖଳା ସ୍ଥିତି ଦୟନୀୟ ହୋଇଗଲାଣି। ପ୍ରବାସୀ ଭାରତୀୟ ଦିବସ ଅବସରରେ ଭୁବନେଶ୍ଵରକୁ ପ୍ରଧାନମନ୍ତ୍ରୀ ଆସୁଥିବା ବେଳେ ସ୍ପଷ୍ଟ ଦିବାଲୋକରେ ବିଭତ୍ସ ହତ୍ୟାକାଣ୍ଡ ଘଟୁଛି। ଦୁଇ ଦିନ ପରେ ମଧ୍ୟ ଉତ୍କର୍ଷ ଓଡ଼ିଶା କାର୍ୟ୍ୟକ୍ରମ ପାଇଁ ପ୍ରଧାନମନ୍ତ୍ରୀ ଆସୁଛନ୍ତି। ତାର ଠିକ ପୂର୍ବରୁ ଭିଆଇପି କଲୋନୀରେ ଚୋର ମାତିଛନ୍ତି। ଭୟ ଆଉ ଡ଼ର ଭିତରେ ରହିବାକୁ ଓଡ଼ିଶାବାସୀ କ’ଣ ଡବଲ୍ ଇଞ୍ଜିନ୍ ସରକାରକୁ ଭୋଟ୍ ଦେଇଥିଲେ?

ସାଧାରଣ ଜନତା ଏବେ କାହା ଉପରେ ଭରସା କରିବେ? କାହାଠୁ ସୁରକ୍ଷା ଆଶା କରିବେ? ଅପାରଗ ସରକାର ଲୋକଙ୍କୁ ସୁରକ୍ଷା ଦେବାରେ ମଧ୍ୟ ବିଫଳ। ଓଡ଼ିଶାରେ ଆଇନଶୃଙ୍ଖଳା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି।

  • Related Posts

    କୋଟିଆ ବିବାଦ ପ୍ରସଙ୍ଗ : ଆଇନଗତ ଓ ପ୍ରଶାସନିକ ପଦକ୍ଷେପକୁ ରାଜସ୍ୱ ମନ୍ତ୍ରୀଙ୍କ ଗୁରୁତ୍ୱ

    ଭୁବନେଶ୍ୱର : କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ କୋଟିଆ ଅଞ୍ଚଳରେ ଦୀର୍ଘକାଳୀନ ବିବାଦର ଶୀଘ୍ର ଓ ସ୍ଥାୟୀ ସମାଧାନ ନିମନ୍ତେ ରାଜ୍ୟ ସରକାର ଆବଶ୍ୟକ ସମସ୍ତ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…

    Continue reading
    ଶାହଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଜନ୍ମଦିନରେ ଛୁଟୁଛି ପ୍ରଂଶସାର ସୁଅ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖିଛନ୍ତି କି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସମର୍ପଣ ଏବଂ ଦୃଢ଼ ନିଷ୍ଠା ସହିତ ରାଷ୍ଟ୍ର ସେବା କରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି