ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର:ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବୌଦ୍ଧ, ସମ୍ବଲପୁର ଏବଂ ସୁନ୍ଦରଗଡ଼ର ଅଳ୍ପ ଅଂଶ, କୋରାପୁଟର କିଛି ଅଂଶ, ରାୟଗଡ଼ା, କନ୍ଧମାଳ, ଅନୁଗୋଳ ଏବଂ ଦେବଗଡ଼ର ଅଧିକାଂଶ ଅଞ୍ଚଳକୁ ଛୁଇଁବା ପରେ ଆଗକୁ ବଢ଼ୁଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ସହ ଗରମ ଓ ଗୁଳୁଗୁଳି ଜାରି ରହିବ। ଏଥିପାଇଁ ବୁଧବାର ସମଗ୍ର ରାଜ୍ୟରେ ଝଡ଼ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଅପରପକ୍ଷେ ହିଟ୍‌ ଓ୍ବେଭ୍‌ ପାଇଁ ଝାରସୁଗୁଡ଼ା ଓ ସମ୍ବଲପୁରକୁ ୟେଲୋ ଓ୍ବାର୍ନିଂ ରହିଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଆଗାମୀ ୩/୪ ଦିନ ପରେ ତାପମାତ୍ରା ହ୍ରାସ ପାଇବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏପଟେ ମଙ୍ଗଳବାର ରାଜ୍ୟର ୭ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ବୌଦ୍ଧରେ ସର୍ବାଧିକ ୪୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା।

  • Related Posts

    ପାଠ୍ୟପୁସ୍ତକରେ ଭୁଲ୍‌କୁ ନେଇ ମୁଖ୍ୟମନ୍ତ୍ରୀ ଗମ୍ଭୀର, ତୁରନ୍ତ ତ୍ରୁଟି ସୁଧାରିବାକୁ ନିର୍ଦ୍ଦେଶ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ…

    Continue reading
    ରାଇକିଆ ବଣିକ ସଂଘର ନୂତନ କର୍ମକର୍ତ୍ତା ଚୟନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବଣିକ ସଂଘର ନୂତନ ପରିଚାଳନା ସମିତି ଗଠନ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ଲେଙ୍କାଙ୍କ ଦ୍ୱାରା ଗତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ