ଓଡ଼ିଶାରେ କ୍ରନିକ୍ କିଡିନୀ ରୋଗର ପ୍ରତିରୋଧ ଓ ନିୟନ୍ତ୍ରଣ ପାଇଁ ଟେକନିକାଲ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ଵର, ୩୧/୧୦/୨୦୨୫: ଆଜି ମିଳିତ ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶାଳୟରେ ଓଡ଼ିଶାରେ କ୍ରନିକ କିଡିନୀ ରୋଗ (Chronic Kidney Disease – CKD) ନିୟନ୍ତ୍ରଣ ଓ ପ୍ରତିରୋଧ ସମ୍ବନ୍ଧୀୟ ସ୍ଥିତି ବିଶ୍ଳେଷଣ ଏବଂ ଆଗାମୀ ପଦକ୍ଷେପ ନିର୍ଦ୍ଧାରଣ ସମ୍ପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ତଥା ଆୟୁକ୍ତ ଅଶ୍ଵଥୀ ଏସ. ଙ୍କ ଅଧ୍ୟକ୍ଷତାରେ ଟେକନିକାଲ କମିଟି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ନିୟନ୍ତ୍ରଣ ପଦକ୍ଷେପଗୁଡ଼ିକ ପାଇଁ ରୋଡମ୍ୟାପ୍, ରୋଗୀଙ୍କ ଅସୁବିଧାର ସମାଧାନ ଆଦି ବିଷୟରେ ଆଲୋଚନା ହୋଇଥିଲା ।
ସଭାରେ ରାଜ୍ୟ ଏବଂ ରାଜ୍ୟ ବାହାରର ବିଭିନ୍ନ ମେଡିକାଲ କଲେଜ, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ, ବିଶେଷଜ୍ଞ ଡାକ୍ତର ଓ ଗବେଷକମାନେ ଅଂଶଗ୍ରହଣ କରିଥିଲେ । ସଭାରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ CKDର ବୃଦ୍ଧି ହାର, ପାଣି ଓ ପରିବେଶ ଗୁଣବତ୍ତା, ରୋଗ ନିରୀକ୍ଷଣ ଅବସ୍ଥା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା ।
ଏହି ସଭାରେ ରାଜ୍ୟସ୍ତରୀୟ CKD ସର୍ଭିଲାନ୍ସ ସିଷ୍ଟମ ଗଠନ, ଜନ ଜାଗୃତି ଓ ସ୍କ୍ରିନିଂ କ୍ୟାମ୍ପ , ପଞ୍ଜୀକରଣ , ବିଶେଷଜ୍ଞମାନଙ୍କୁ ଅଧିକ ଗବେଷଣା ନିମନ୍ତେ ପ୍ରେରିତ କରିବା ସହ ସଚେତନତା କରାଯିବା , ସମ୍ପୃକ୍ତ ବିଭାଗ ଗୁଡିକ ଭୂମିକା ଆଦି ବିଷୟରେ ଆଲୋଚନା କରାଯାଇଛି । ଏହି ବୈଠକରେ ଜାତୀୟ ସ୍ୱାସ୍ଥ୍ୟ ମିସନ ଏମଡି ଡ଼ ବୃନ୍ଦା ଡି., ସ୍ଵତନ୍ତ୍ର ସଚିବ ବିଜୟ ମହାପାତ୍ର, ଡିଏମଇଟି ଡ଼ ସନ୍ତୋଷ ମିଶ୍ର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼ ନୀଳକଣ୍ଠ ମିଶ୍ର , ପରିବାରକଲ୍ୟାଣ ନିର୍ଦ୍ଦେଶକ ଡ଼ ପ୍ରଦୀପ ଗୁରୁ , ଅତିରିକ୍ତ ନିର୍ଦ୍ଦେଶକ ଡ଼ ସୁଶାନ୍ତ ସ୍ଵାଇଁ ପ୍ରମୁଖ ଉପସ୍ଥିତ ଥିଲେ । ଏହି ବୈଠକରେ ଆଇସିଏମଆର ବୈଜ୍ଞାନିକ ଡ଼ ସୁବ୍ରତ ପାଲୋ , ନିମ୍ସ ହାଇଦରାବାଦ ଡ଼ ଗଙ୍ଗାଧର ଟି ପିପିଟି ମାଧ୍ୟମରେ ତଥ୍ୟ ଉପସ୍ଥାପନ କରିଥିଲେ ।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ