‘ଓଡ଼ିଶାରେ ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରୀକ ଅଧିକାରର ହେଲା ପୁନଃ ପ୍ରତିଷ୍ଠା’

ଭୁବନେଶ୍ୱର,: ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ପୁଣି ଥରେ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଉଚ୍ଛ ଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ନୋଟିଫିକେସନ ଜାରି କରାଯିବା ପରେ ରାଜ୍ୟର ଯୁବ ଓ ଛାତ୍ର ସମାଜ ମଧ୍ୟରେ ଅଭୂତପୂର୍ବ ଉତ୍ସାହ ପ୍ରକାଶ ପାଇଛି । ଏହି ଐତିହାସିକ ନିଷ୍ପତ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସମଗ୍ର ଓଡ଼ିଶାର ଯୁବ ଓ ଛାତ୍ର ସମାଜ ପକ୍ଷରୁ ହାର୍ଦ୍ଦିକ କୃତଜ୍ଞତା ଓ ଧନ୍ୟବାଦ ଜ୍ଞାପନ କରାଯାଇଛି ।
ଗତ ଆଠ ବର୍ଷ ଧରି ଛାତ୍ରସଂସଦ ନିର୍ବାଚନ ବନ୍ଦ ରହିବା ଦ୍ୱାରା କ୍ୟାମ୍ପସଗୁଡ଼ିକରେ ନେତୃତ୍ୱ ବିକାଶର ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଥିଲା । ଚଳିତ ବର୍ଷର ନିର୍ବାଚନ ଦ୍ୱାରା ଛାତ୍ରମାନଙ୍କର ଗଣତାନ୍ତ୍ରିକ ଚେତନା ଜାଗ୍ରତ ହେବ, କ୍ୟାମ୍ପସଗୁଡ଼ିକରେ ପାଠପଢ଼ା ସହ ସୁସ୍ଥ ଗଣତାନ୍ତ୍ରିକ ପରିବେଶ ଏବଂ ଛାତ୍ର ନେତୃତ୍ୱର ସୃଷ୍ଟି ହୋଇପାରିବ । ଦୀର୍ଘ ୮ ବର୍ଷ ପରେ ଓଡିଶାର ଛାତ୍ରଛ୍ରାୀମାନଙ୍କୁ ତାଙ୍କର ଗଣତାନ୍ତ୍ରିକ ଅଧିକାର ମିଳିଛି । କଥା ଦେଇ କଥା ରଖିବାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ବିଗତ ଦିନରେ ବିଭିନ୍ନ ସାର୍ବଜନୀନ କାର୍ଯ୍ୟକ୍ରମରେ ଛାତ୍ରସଂସଦ ନିର୍ବାଚନ ପୁନଃ ପ୍ରତିଷ୍ଠା କରିବା ପାଇଁ ସେ ଦେଇଥିବା କଥାକୁ ଆଜି ସାକାର କରିଛନ୍ତି । ଓଡ଼ିଶାରେ ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରୀକ ଅଧିକାରର ହେଲା ପୁନଃ ପ୍ରତିଷ୍ଠା ହେଲା ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ କହିଛନ୍ତି ।
ପୂର୍ବତନ ସରକାର ଛାତ୍ରମାନଙ୍କର ଗଣତାନ୍ତ୍ରିକ ଅଧିକାରକୁ ଛଡ଼ାଇ ନେଇଥିବା ବେଳେ ଏବେ ନିର୍ବାଚନ ଘୋଷଣା ହେବା ପରେ ବିରୋଧୀ ଦଳଗୁଡ଼ିକ ଭୟଭୀତ ହୋଇ ମିଥ୍ୟା ସ୍ପଷ୍ଟୀକରଣ ଦେଉଛନ୍ତି । ଲିଙ୍ଗଡୋ କମିଶନଙ୍କ ମାର୍ଗଦର୍ଶିକା ଏବଂ ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ କ୍ୟାମ୍ପସର ଶୈକ୍ଷିକ ବାତାବରଣକୁ ବଜାୟ ରଖି ଅତ୍ୟନ୍ତ ଶୃଙ୍ଖଳିତ ଓ ଶାନ୍ତିପୂର୍ଣ୍ଣ ଭାବେ ଏହି ନିର୍ବାଚନ ସମ୍ପନ୍ନ ହେବ ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି ।

  • Related Posts

    ମହାକାଳପଡ଼ା ଥାନାରେ NHRC ଟିମ୍

    କେନ୍ଦ୍ରପଡ଼ା: କେନ୍ଦ୍ରପଡ଼ା ଜିଲ୍ଲାର ମହାକାଳପଡ଼ା ବିଡିଓଙ୍କ କାର୍ଯ୍ୟାଳୟରେ ଘଟିଥିବା ଘଟଣା ପରେ ସରପଞ୍ଚ ଚାମେଲି ଓଝାଙ୍କୁ ନେଇ ସାରା ଦେଶରେ ଚର୍ଚ୍ଚା ହୋଇଥିଲା । ଏହା ପରେ ଘଟିଥିବା ଘଟଣା ଓ ଏହା ସହ ଜଡ଼ିତ ଥାନାରେ ରୁଜୁ ୩ଟି ମାମଲାରେ…

    Continue reading
    ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ଛାତ୍ରଛାତ୍ରୀ

    ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରଛାତ୍ରୀ ମଧ୍ୟରେ ଉତ୍ସାହ । ଆଜି ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ଛାତ୍ରଛାତ୍ରୀ । ଦୀର୍ଘ ୮ ବର୍ଷ ପରେ ନିର୍ବାଚନ ତାରିଖ ଘୋଷଣା କରିଥିବାରୁ ସରକାର ଓ ମନ୍ତ୍ରୀଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ