ଓଡ଼ିଶାରେ ପୋଲିସ ଡିଜି ନିଯୁକ୍ତି; ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଓଡ଼ିଶାରେ ପୋଲିସ ଡିଜି ନିଯୁକ୍ତି ନେଇ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି। ଉଚ୍ଚତମ ନ୍ୟାୟାଳୟରେ ଦାୟର ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ହେବ। ଆଜି ପିଟିସନରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି। ଦୁଇ ଦିନ ତଳେ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପି. ଚିଦାମ୍ବରମ କୋର୍ଟରେ ପକ୍ଷ ରଖିଥିଲେ। ଡିଜିପି ନିଯୁକ୍ତିରେ ଓଡ଼ିଶା ସରକାର କୋର୍ଟଙ୍କ ନିୟମ ଉଲ୍ଲଙ୍ଘନ କରିଥିବା ଅଭିଯୋଗ ହୋଇଛି। PILରେ ଅଭିଯୋଗ କରାଯାଇଛି ଯେ, ଓଡ଼ିଶା ସରକାର DGP ନିଯୁକ୍ତି ସଂପର୍କରେ ସର୍ବୋଚ୍ଚ କୋର୍ଟଙ୍କ ରାୟକୁ ଏଡ଼ାଇବାକୁ ଚେଷ୍ଟା କରୁଛନ୍ତି ଏବଂ ସେଥିପାଇଁ ସିଲେକସନ୍ ପ୍ୟାନେଲରେ ଅଯୋଗ୍ୟ ଅଧିକାରୀଙ୍କୁ ସାମିଲ୍ କରୁଛନ୍ତି।

ସେପଟେ ଆଜି ବସିବାକୁ ଥିବା ୟୁପିଏସସି ବୈଠକରେ ଚୂଡ଼ାନ୍ତ ହୋଇପାରେ ୩ ଜଣଙ୍କ ନାଁ। ଏହି ୩ ଜଣଙ୍କ ମଧ୍ୟରୁ ଜଣଙ୍କୁ ରାଜ୍ୟର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ କରିବାକୁ ସୁପାରିଶ କରିବ ୟୁପିଏସସି ଏବଂ ସରକାର ତାମଧ୍ୟରୁ ଜଣଙ୍କୁ ଚୟନ କରିବେ।

  • Related Posts

    ମୋହନଙ୍କ ବଡ଼ ନିଷ୍ପତ୍ତି : ନବମ ଓ ଦଶମ ପିଲାଙ୍କୁ ମିଳିବ ମାଗଣା ବହି

    ଭୁବନେଶ୍ୱର, ୧୩ ।୧୦ : ରାଜ୍ୟ କ୍ୟାବିନେଟ ନବମ ଓ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରିବେ । ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ଏହା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ଏହାଦ୍ୱାରା ୨୮.୯୦ ଲକ୍ଷ…

    Continue reading
    ମୋହନଙ୍କ ବଡ଼ ନିଷ୍ପତ୍ତି : ବର୍ଷା ଜଳ ନିଷ୍କାସନ ପାଇଁ ୫ ଶହ କୋଟି

    ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ