ଓଡ଼ିଶାରେ ୧୨ ପାକିସ୍ତାନୀ

ଭୁବନେଶ୍ୱର: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ କୂଟନୈତିକ ଷ୍ଟ୍ରାଇକ ଚାଲିଛି । ଉଭୟ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି । ଏହାରି ଭିତରେ ଭାରତ ସରକାର ଭାରତରେ ରହୁଥିବା ପାକିସ୍ତାନ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିଦେ୍ର୍ଧଶ ଦେଇସାରିଥିବାବେଳେ ଓଡ଼ିଶାରେ ୧୨ ଜଣ ପାକିସ୍ତାନୀ ନାଗରିକ ରହିଥିବା ଜଣାପଡ଼ିଛି । ସେମାନେ ଦୀର୍ଘକାଳୀନ ଭିସାରେ ସେମାନେ ଅଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ସେମାନଙ୍କୁ ଭାରତ ଛାଡ଼ିବାକୁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି ।

ପହଲଗାମ୍ ଆତଙ୍କୀ ହମଲା ପରେ ଆକ୍ସନ ମୋଡରେ ଭାରତ ସରକାର । ଆତଙ୍କୀଙ୍କୁ ନିପାତ ପାଇଁ ଚାଲିଛି ଗୋଟେ ପରେ ଗୋଟେ ଯୋଜନା । ପାକିସ୍ତାନକୁ ପାନେ ଦେବାକୁ ପ୍ରହାର ପରେ ପ୍ରହାର ଭାରତ ଦେଉଥିବା ବେଳେ ଏବେ ଆଉ ଏକ ଆକ୍ସନ ନେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଦେଶରେ କେମିତି ପାକିସ୍ତାନୀ ନରହିବେ ସେନେଇ ପ୍ଲାନିଂ କରିଛନ୍ତି ଶାହ ।ଆଉ ଇତିମଧ୍ୟରେ ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ଶାହ ଏବଂ ପାକିସ୍ତାନୀଙ୍କୁ ରାଜ୍ୟରୁ ତଡିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ଶାହ ସବୁ ପାକିସ୍ତାନ ନାଗରିକଙ୍କ ତୁରନ୍ତ ଭିସା ବାତିଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ନିଜ ରାଜ୍ୟରେ ରହୁଥିବା ପାକିସ୍ତାନୀଙ୍କୁ ଖୋଜି ଖୋଜି ବାହାର କରିବାକୁ କହିଛନ୍ତି । ପାକିସ୍ତାନ ନାଗରିକଙ୍କ ଚିହ୍ନଟ ପରେ ସେମାନଙ୍କୁ ତୁରନ୍ତ ତଡିବାକୁ କହିଛନ୍ତି ଶାହ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ