ଓଡିଆ ଚଳଚ୍ଚିତ୍ର ‘ଆଫା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଚଳଚ୍ଚିତ୍ର ନିର୍ଦ୍ଦେଶକ ପ୍ରୀତିରାଜ ଶତପଥୀଙ୍କ ଦ୍ୱାରା ନିର୍ଦ୍ଦେଶିତ ଏବଂ ନୈନା ଦାଶ ତିୱାରୀଙ୍କ ଦ୍ୱାରା ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଆଫା’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରମୁକ୍ତ ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ଅନୁମୋଦନ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଏହି ଚଳଚ୍ଚିତ୍ରଟି ଅଙ୍ଗଦାନର ବିଷୟବସ୍ତୁ ଉପରେ ଆଧାରିତ। ମାନବିକତାକୁ ପ୍ରେରଣା ଦେବା ଏବଂ ଯୁବସମାଜ ମଧ୍ୟରେ ସଚେତନତା ସୃଷ୍ଟି କରିବା ଦିଗରେ ଏହି ଚଳଚ୍ଚିତ୍ରର କାହାଣୀ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ଏହି ଚଳଚ୍ଚିତ୍ରରେ ଦୀର୍ଘ ଦିନ ଧରି ଗୁରୁତର ରୋଗରେ ପୀଡିତ ଏକ ୧୬ବର୍ଷର ଝିଅ ନିଜ ଅଙ୍ଗଦାନ କରିବା ପାଇଁ ଆଗେଇ ଆସିଛି । ଜୀବନର ସମସ୍ତ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଏହି ଅସୀମ ସାହସର ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଚଳଚ୍ଚିତ୍ରଟି ଏକ ସାମାଜିକ ଆଦର୍ଶ ସୃଷ୍ଟି କରିବାରେ ସଫଳ ହେବ ବୋଲି ଆଶା କରାଯାଉଛି ।

  • Related Posts

    ratna bhander puri ୩୧ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

    ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।…

    Continue reading
    low pressur rain ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

    ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଗତକାଲି ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ, ଆଜି ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରେ ବାୟୁମଣ୍ଡଳର ୫.୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ