ଓଡିଶାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ; ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ଓ ୟୁକୋ ବ୍ୟାଙ୍କ ପୁରସ୍କୃତ

ଭୁବନେଶ୍ୱର,୨୧/୦୧/୨୦୨୬: ଖରିଫ ୨୦୨୪ ଓ ରବି ୨୦୨୪-୨୫ ବର୍ଷରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ଏବଂ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଭାରତ ସରକାରଙ୍କ ଦ୍ୱାରା ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ଏବଂ ୟୁକୋ ବ୍ୟାଙ୍କ, ଓଡ଼ିଶା ୟୁନିଟ୍ (ଓଡିଶା ପାଇଁ SLBC ସଂଯୋଜକ), ପୁରସ୍କୃତ ହୋଇଛନ୍ତି। ଗତ ଜାନୁଆରୀ ୧୮-୧୯ରେ ବେଙ୍ଗାଲୁରୁରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ୧୩ତମ ଜାତୀୟ ସମୀକ୍ଷା ସମ୍ମିଳନୀରେ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ବୃହତ ରାଜ୍ୟ – ସମବାୟ ବ୍ୟାଙ୍କ ବର୍ଗରେ ପ୍ରଥମ ପୁରସ୍କାର ପାଇଛି ଏବଂ ୟୁକୋ ବ୍ୟାଙ୍କ, ଓଡ଼ିଶା ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବର୍ଗରେ ତୃତୀୟ ପୁରସ୍କାର ପାଇଛି ।

ଖରିଫ ୨୦୨୪ ବର୍ଷରେ, ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧୀନରେ ପଞ୍ଜିକୃତ ୨୨. ୪୧ ଲକ୍ଷ ଚାଷୀଙ୍କ ମଧ୍ୟରୁ, ଏହି ବ୍ୟାଙ୍କଗୁଡ଼ିକ ମିଳିତ ଭାବରେ ୧୫ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କୁ ପଞ୍ଜୀକୃତ କରିଥିଲେ, ସେଥିରେ ଋଣଗ୍ରହୀ ଏବଂ ଅଣ-ଋଣଗ୍ରହୀ ଉଭୟ ବର୍ଗ ଅନ୍ତର୍ଭୁକ୍ତ ଥିଲେ । ସେହିପରି, ୨୦୨୪-୨୫ ରବି ବର୍ଷରେ, ସେମାନେ ରାଜ୍ୟରେ ମୋଟ ୧. ୮୧ ଲକ୍ଷ ପଞ୍ଜିକରଣ ମଧ୍ୟରୁ ୧ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କୁ ପଞ୍ଜୀକୃତ କରିଥିଲେ।
ପାଇଥିବା ପୁରସ୍କାରକୁ କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ୍ କୁମାର ସକ୍ସେନା, ଅତିରିକ୍ତ କୃଷି ନିର୍ଦ୍ଦେଶକ ଶ୍ରୀମତୀ ଲିଟି ପଟ୍ଟନାୟକ, ଯୁଗ୍ମ ଶାସନ ସଚିବ, ସମବାୟ ଶ୍ରୀ ସଂଗ୍ରାମ ରାଉତ, ସିଜିଏମ ୟୁକୋ ବ୍ୟାଙ୍କ, ଇନଚାର୍ଜ ଏସଏଲବିସି ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢୀଙ୍କୁ ଆନୁଷ୍ଠାନିକ ଭାବରେ ପୁରସ୍କାର ପ୍ରଦାନ କରାଯାଇଛି ।

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସମବାୟ ବିଭାଗ ମଧ୍ୟରେ ଦୃଢ଼ ସମନ୍ୱୟ ମାଧ୍ୟମରେ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ପ୍ରଭାବଶାଳୀ କାର୍ଯ୍ୟାନ୍ୱୟନକୁ ପ୍ରତିଫଳିତ କରୁଛି ବୋଲି କୃଷି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ ପାଢ଼ୀ କହିଛନ୍ତି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି ଖବର ଶୁଣି ଖୁସି ବ୍ୟକ୍ତ କରିବା ସହ ଉଭୟ ବିଭାଗକୁ ଶୁଭେଚ୍ଛା ଜଣାଇଛନ୍ତି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ