ଓଲିଙ୍କ ଘର ଜାଳି ଦେଲେ ବିକ୍ଷୋଭକାରୀ

ନୂଆଦିଲ୍ଲୀ: ନେପାଳ ଏବେ ଜଳୁଛି । ଅଶାନ୍ତ ହୋଇପଡ଼ିଛି ନେପାଳ । ସବୁଠି ପୋଡ଼ାଜଳା, ହିଂସାକାଣ୍ଡ ଓ ବିକ୍ଷୋଭ । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ନେପାଳ ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲିଙ୍କ ଘର ଜାଳିଦେଇଛନ୍ତି ବିକ୍ଷୋଭକାରୀ । ଏହାଛଡ଼ା ନେପାଳୀ କଂଗ୍ରେସ ସଭାପତି ଶେର ବାହାଦୁର ଦୁଏବାଙ୍କ ଘରେ ବି ବିକ୍ଷୋଭକାରୀମାନେ ଭଙ୍ଗାରୁଜା କରିଛନ୍ତି ।

ସୋସିଆଲ ମିଡ଼ିଆ ଉପରେ ପ୍ରତିବନ୍ଧକ ହଟିବା ପରେ ବି ନେପାଳରେ ହିଂସା ଥମିବାର ନା ନେଉନି । ଏହାରି ଭିତରେ ନେପାଳ ସରକାରଙ୍କ ୩ଜଣ ମନ୍ତ୍ରୀ ଇସ୍ତଫା ଦେଇସାରିଲେଣି । ତଥାପି ହିଂସା ଥମିନାହିଁ । ଆଜି ବି ରାଜଧାନୀ କାଠମାଣ୍ଡୁ ଜଳୁଛି । ନେପାଳ ସରକାର ଫେସବୁକ୍‍, ହ୍ୱାଟ୍ସଆପ୍‍, ଇନଷ୍ଟାଗ୍ରାମ ଭଳି ସୋସିଆଲ ମିଡ଼ିଆ ଆପ୍‍ ଉପରେ ରୋକ୍‍ ଲଗାଇବାରୁ ଏହାକୁ ବିରୋଧ କରି ପ୍ରତିବାଦ କରିଥିଲେ ଯୁବପୀଢି । ପ୍ରତିବାଦ ଏତେ ହିଂସାତ୍ମକ ହୋଇଗଲା ଯେ ପୁଲିସକୁ ଲୁହ ବୁହା ଗ୍ୟାସ୍‍ ସେଲ୍‍ ଫୁଟାଇବାକୁ ପଡିଥିଲା । ଆଜି ମଧ୍ୟ ବହୁ ସଂଖ୍ୟକ ପ୍ରଦର୍ଶନକାରୀ ରାସ୍ତାକୁ ଓହ୍ଲାଇ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ଇସ୍ଥଫା ଦାବି କରିଥିଲେ ।ତାହା ପରେ ନେପାଳ ପ୍ରଧାନମନ୍ତ୍ରୀ ଆଜି ଇସ୍ତଫା ଦେଇଛନ୍ତି ।

  • Related Posts

    ୫୨ ବର୍ଷରେ ପଦାର୍ପଣ କଲେ ବିଜୟ

    ଚେନ୍ନାଇ,: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ସ୍ବତନ୍ତ୍ର ଢଙ୍ଗରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…

    Continue reading
    ଆଜି ଇସ୍ତଫା ଘୋଷଣା କରିପାରନ୍ତି କିର୍‌ ଷ୍ଟାର୍ମର

    ଲଣ୍ଡନ: ଆଜି ବ୍ରିଟେନ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମର ନିଜର ଇସ୍ତଫା ଘୋଷଣା କରିପାରନ୍ତି । ବ୍ରିଟିଶ ଖବରକାଗଜ ‘ଦି ଅବ୍‌ଜର୍ଭର୍‌’ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏଭଳି ଦାବି କରାଯାଇଛି । କ୍ୟାବିନେଟ ମନ୍ତ୍ରୀ, ପରାମର୍ଶଦାତା ଓ ଟ୍ରେଡ୍‌ ୟୁନିଅନ ନେତାଙ୍କ ସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ