ଘରେ ଘରେ ତ୍ରିରଙ୍ଗା, କଟକ ବୟାଳିଶ ମୌଜାରେ ୧୦ କିଲୋମିଟର ବିଶାଳ ଶୋଭାଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରୀୟ ଏକତାକୁ ସୁଦୃଢ କରିବାରେ ତ୍ରିରଙ୍ଗା ଶୋଭାଯାତ୍ରା ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,14/08: ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ବୟାଳିଶ ମୌଜାର ବ୍ରହ୍ମପୁର ଛକ ଠାରୁ କଳପଡା ପର୍ଯ୍ୟନ୍ତ ପ୍ରାୟ ୧୦ କିଲୋମିଟର ରାସ୍ତା ବିଶାଳ ଶୋଭାଯାତ୍ରାରେ ଯାଇଥିଲେ। ସୂଚନା ଯୋଗ୍ୟ ଯେ, ଦେଶବ୍ୟାପୀ ଚଳିତ ମାସରେ ଏହି ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହେଉଛି। ବ୍ରହ୍ମପୁର ଛକଠାରୁ ଏକ ଖୋଲା ଜିପ୍‌ରେ ମୁଖ୍ୟମନ୍ତ୍ରୀ ହାତରେ ଜାତୀୟ ପତାକା ଧରି ଏହି ଶୋଭାଯାତ୍ରା ଆରମ୍ଭ କରିଥିଲେ। ଶହ ଶହ ବାଇକରେ ହାତରେ ଜାତୀୟ ପତାକା ସହ ଭାରତ୍ ମାତା କି ଜୟ ଧ୍ୱନୀ କରି ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କ ସହ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ସ୍ଥାନେ ସ୍ଥାନେ ମହିଳାମାନେ ପୁଷ୍ପ ଓ ଦୀପ ସହିତ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଓ ବନ୍ଦାପନା କରିଥିଲେ। ତ୍ରିରଙ୍ଗା ଶୋଭାଯାତ୍ରା ଶେଷରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମରେ ବିବୃତ୍ତିରଖି କହିଥିଲେ ଯେ, ଆମ ଜାତୀୟ ପତାକା ତ୍ରିରଙ୍ଗା ହେଉଛି ଆମ ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ। ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନରେ ଦେଶବ୍ୟାପୀ ପୁରପଲ୍ଲୀରେ ମଧ୍ୟ ଏହି ଶୋଭାଯାତ୍ରା ଆୟୋଜନ କରାଯାଉଛି। ଏହି ଶୋଭାଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଆମ ଜାତୀୟ ପତାକାକୁ ସମ୍ମାନ ଓ ସୁରକ୍ଷା ପ୍ରଦାନ କରିବା । ଏହା ରାଷ୍ଟ୍ରଭକ୍ତି ପାଇଁ ଏକ ସଚେତନତା ଅଭିଯାନ। ଏହି ଶୋଭାଯାତ୍ରା ଆମ ଦେଶର ରାଷ୍ଟ୍ରୀୟ ଏକତା ବୃଦ୍ଧି କରିବାରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଏହି ଶୋଭାଯାତ୍ରାରେ କଟକ ସଦର ବିଧାୟକ ଇଂ ପ୍ରକାଶ ସେଠୀ, ସ୍ଥାନୀୟ ଲୋକ ପ୍ରତିନିଧି ଏବଂ ହଜାର ହଜାର ଜନ ସାଧାରଣ ଯୋଗ ଦେଇଥିଲେ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ