କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । କନିଷ୍ଠ ଶିକ୍ଷକ(ସ୍କେମାଟିକ)ଙ୍କ ଦରମା ବୃଦ୍ଧି କରିଛନ୍ତି ରାଜ୍ୟର ମୋହନ ସରକାର । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି । ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍କୁଲର ଶିକ୍ଷକଙ୍କୁ ବର୍ଦ୍ଧିତ ଦରମା ମିଳିବ । ପୂର୍ବରୁ କନିଷ୍ଠ ଶିକ୍ଷକଙ୍କ ଦରମା ୧୧ ହଜାର ଟଙ୍କା ଥିଲା । ଏବେ ରାଜ୍ୟ ସରକାର ଆଉ ୫ ହଜାର ଟଙ୍କା ଦରମା ବୃଦ୍ଧି କରିଛନ୍ତି । ଫଳରେ ସମ୍ପୃକ୍ତ ଶିକ୍ଷକମାନେ ଏବେ ୧୧ ହଜାର ବଦଳରେ ମୋଟ ୧୬ ହଜାର ଟଙ୍କା ଦରମା ପାଇବେ ।ଆଜିଠାରୁ ବର୍ଦ୍ଧିତ ଦରମା ମିଳିବ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ