କରୋନା ଲକ୍ଷଣ ଥିଲେ ରଥଯାତ୍ରା ନ ଯିବାକୁ ପରାମର୍ଶ

ଭୁବନେଶ୍ୱର: ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ। ରାଜ୍ୟରେ ଏପର୍ୟ୍ୟନ୍ତ ମୋଟ ୭୫୫ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ଯେଉଁଥିରେ ୩୮ ସଂକ୍ରମିତ ହୋଇଥିଲେ। ଏବେ ସୁଦ୍ଧା ୯ ସଂକ୍ରମିତ ସୁସ୍ଥ ହୋଇଥିବାବେଳେ ୨୯ ସକ୍ରିୟ ରହିଛନ୍ତି। ଖୋର୍ଦ୍ଧା ଓ କଟକ ଜିଲା ସମେତ ପୁରୀ, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସ୍ଥିତି ନିୟନ୍ତ୍ରଣରେ ଥିଲେ ବି ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଆଗକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ରହିଛି। ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାବେଳେ ବହୁବିଧ ରୋଗରେ ଆକ୍ରାନ୍ତ ବା କରୋନା ଭଳି ଲକ୍ଷଣ ଥିବା ବ୍ୟକ୍ତିବିଶେଷଙ୍କୁ ରଥଯାତ୍ରା ନଯିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଅନ୍ୟପକ୍ଷରେ ଆଇସିଏମ୍‌ଆର ପକ୍ଷରୁ ଜାରି ନିର୍ଦେଶନାମା ଆଧାରରେ କରୋନା ସ୍ଥିତି ପରିଚାଳନା କରାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।
ଜନସ୍ବାସ୍ଥ୍ୟ ନିର୍ଦେଶକ ଡା. ନୀଳକଣ୍ଠ ମିଶ୍ର କହିଛନ୍ତି, କରୋନାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ସ୍ଥିତି ନିୟନ୍ତ୍ରଣରେ ରହିଛି ଏବଂ ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ନଜର ରଖିଛି। ପ୍ରତିଦିନ କିଛି କିଛି ରୋଗୀ ଚିହ୍ନଟ ହେଉଛନ୍ତି। ସରକାର ଖୁବ୍‌ଶୀଘ୍ର କରୋନା ନେଇ ମାର୍ଗଦର୍ଶିକା ଜାରି କରିପାରନ୍ତି। ଅନ୍ୟପକ୍ଷରେ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ରଥଯାତ୍ରା ପାଇଁ ପୁରୀରେ ବୈଠକ ହୋଇଛି। ଏଥିରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯାଉଛି। ଏସବୁ ବ୍ୟବସ୍ଥାକୁ ସ୍ୱାସ୍ଥ୍ୟ ସଚିବ ତଦାରଖ କରୁଛନ୍ତି। ପୁରୀ ହସ୍ପିଟାଲର ଶଯ୍ୟା ବୃଦ୍ଧି ସହ ଡାକ୍ତର ସଂଖ୍ୟା
ବଢ଼ାଯାଇଛି। ସମସ୍ତ ଯନ୍ତ୍ରପାତି, ଆଇସିୟୁ ସହ ଆମ୍ବୁଲାନ୍ସ ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି।ସ୍ବାସ୍ଥ୍ୟ ନିର୍ଦେଶକ ଡା. ଅମରେନ୍ଦ୍ର ନାଥ ମହାନ୍ତି କହିଛନ୍ତି ଯେଉଁମାନଙ୍କ କରୋନା ଲକ୍ଷଣ ରହିଛି ସେମାନେ ରଥଯାତ୍ରାକୁ ନଯାଇ ଘରେ ରହି ରଥଯାତ୍ରା ଦେଖିବା ଆବଶ୍ୟକ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ