କଳିଙ୍ଗ ଓ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ରର ସାଂସ୍କୃତିକ ସାମଞ୍ଜସ୍ୟ ହେଉଛି ଆମ ସମୃଦ୍ଧ ଇତିହାସର ଏକ ଗୌରବମୟ ଅଧ୍ୟାୟ

ଭୁବନେଶ୍ୱର :ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଇନଷ୍ଟିଚ୍ଯୁଟ୍ ଅଫ୍ ମିଡ଼ିଆ ଷ୍ଟଡ଼ିଜ, ଉତ୍କଳ ବିଶ୍ୱବିଦ୍ୟାଳୟ ଏବଂ ଭାରତ ସରକାରଙ୍କ ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଠାରେ ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସିଆର ରାଷ୍ଟ୍ରମାନଙ୍କ ମଧ୍ୟରେ ରହିଥିବା ସାମାଜିକ, ସାହିତ୍ୟିକ, ସାଂସ୍କୃତିକ ଓ ସଭ୍ୟତାଗତ ସାମଞ୍ଜସ୍ୟକୁ ନେଇ ଏକ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରାଯାଇଛି। “କଳିଙ୍ଗ ଓ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ରର ସଭ୍ୟତାଗତ ସଂଯୋଗ” ଶୀର୍ଷକ ଉପରେ ଏହି ସମ୍ମିଳନୀ ଆୟୋଜିତ ହେଉଛି।

ସମ୍ମିଳନୀର ଉଦ୍‌ଘାଟନୀ ସମାରୋହରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୀବ କୁମାର ମିଶ୍ର, ପୂର୍ବତନ ବୈଦେଶିକ ସଚିବ ଶ୍ରୀ ଲଳିତ ମାନସିଂହ, ପ୍ରଫେସର ସବିତା ଆଚାର୍ଯ୍ୟ, ପ୍ରଫେସର ଉପେନ୍ଦ୍ର ପାଢ଼ୀ, ପ୍ରଫେସର ପତିତ ପାବନ ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୀବ ମିଶ୍ର ଓଡି଼ଶାର ଗୌରବମୟ ଇତିହାସ ସମ୍ପର୍କରେ ଆଲୋକପାତ କରିଥିଲେ। ଏଥିସହ ଆମ କଳା, ସଂସ୍କୃତି, ପରମ୍ପରାକୁ ଚିର ଉଜ୍ଜୀବିତ କରି ରଖିବା ସହିତ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଆମ ଓଡ଼ିଆ ସଂସ୍କୃତିର ବହୁଳ ପ୍ରଚାର ଓ ପ୍ରସାର ନିମନ୍ତେ ଆମେ ସମସ୍ତେ ମିଳିମିଶି କାର୍ଯ୍ୟ କରିବା ଉଚିତ ବୋଲି ସେ ମତପ୍ରକାଶ କରିଥିଲେ।

ପୂର୍ବତନ ବୈଦେଶିକ ସଚିବ ଶ୍ରୀ ଲଳିତ ମାନସିଂହ, ପ୍ରଫେସର ସବିତା ଆଚାର୍ଯ୍ୟ, ପ୍ରଫେସର ପତିତ ପାବନ ମିଶ୍ର ପ୍ରମୁଖ କଳିଙ୍ଗର ସମୃଦ୍ଧ ନୌବାଣିଜ୍ୟ ଇତିହାସ ସମ୍ପର୍କରେ ଆଲୋଚନା କରିଥିଲେ। ଏଥିସହିତ ଓଡ଼ିଶା ଏବଂ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ମଧ୍ୟରେ କଳା, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ରହିଥିବା ବିଭିନ୍ନ ସାମଞ୍ଜସ୍ୟ ସମ୍ବନ୍ଧରେ ସବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।

ଆଜି ସମ୍ମିଳନୀର ପ୍ରଥମ ଦିନରେ କଳିଙ୍ଗ (ବର୍ତ୍ତମାନର ଓଡ଼ିଶା) ଏବଂ ଦକ୍ଷିଣପୂର୍ବ ଏସୀୟ ରାଷ୍ଟ୍ର ମଧ୍ୟରେ ଥିବା ଐତିହାସିକ ଓ ସାଂସ୍କୃତିକ ସଂଯୋଗ ଏବଂ ବିଶ୍ୱ ରାଜନୀତି ପଟଳରେ ଓଡ଼ିଶାର ଭୂମିକାକୁ ନେଇ ଦୁଇଟି ସ୍ୱତନ୍ତ୍ର ଅଧିବେଶନର ଆୟୋଜନ କରାଯାଇଥିଲା। ଏଥିସହିତ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ “ଦେଶାନ୍ତରେ କଳିଙ୍ଗ”, ପତିତ ପାବନ ମିଶ୍ରଙ୍କ ଦ୍ୱାରା ଲିଖିତ ପୁସ୍ତକ କଳିଙ୍ଗ ଆଣ୍ଡ ସାଉଥ୍ ଇଷ୍ଟ ଏସିଆ : ଏ ସାଗା ଅଫ୍ ଶେୟାର୍ଡ଼ ସିଭିଲାଇଜେସନ୍‌, କ୍ରସ କରେଣ୍ଟସ : ଦି କଳିଙ୍ଗ ସାଉଥ୍ ଇଷ୍ଟ ଏସିଆନ୍‌ ଲିଙ୍କେଜେସ୍‌ ପୁସ୍ତକ ପ୍ରମୁଖ ଉନ୍ମୋଚିତ ହୋଇଥିଲା।

ପ୍ରକାଶଯୋଗ୍ୟ ଯେ, ଭୁବନେଶ୍ୱରରେ ଅନୁଷ୍ଠିତ ହେଉଥିବା ଏହି ଅନ୍ତର୍ଜାତୀୟ ସମ୍ମିଳନୀରେ ନେପାଳ, ଶ୍ରୀଲଙ୍କା, ଇଣ୍ଡୋନେସିଆ, ମାଲେସିଆ, ଭିଏତନାମ୍ ଆଦି ଦେଶର ପ୍ରଫେସର, ଗବେଷକ, ସଂସ୍କୃତି ବିଶେଷଜ୍ଞ ଓ ସାହିତ୍ୟିକମାନେ ଯୋଗଦେଇଛନ୍ତି। ମେ’ ୨୪ ତାରିଖ ଏବଂ ମେ’ ୨୫ ତାରିଖ ଅର୍ଥାତ୍‌ ଦୁଇ ଦିନ ଧରି ଭୁବନେଶ୍ୱର ସ୍ଥିତ ସ୍ବସ୍ତି ପ୍ରିମିୟମ୍‌ରେ ଏହି ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରାଯାଉଛି।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ