କାନାଡା ହାଇକମିଶନରଙ୍କ ଓଡ଼ିଶା ଉପମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ

ଭୁବନେଶ୍ୱର: ଭାରତରେ ଅବସ୍ଥାପିତ କାନାଡାର ହାଇକମିଶନର କ୍ରିଷ୍ଟୋଫର କୁଟର ନିଜ ପତ୍ନୀଙ୍କ ସହ ଆଜି ଲୋକସେବା ଭବନଠାରେ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ବୈଠକରେ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ପ୍ରମୁଖ ଶାସନ ସଚିବ ତଥା ସିଏମଡ଼ି ଓପିଟିସିଏଲ୍ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା ମଧ୍ୟ ଉପସ୍ଥିତ ଥିଲେ।

ଏହି ଆଲୋଚନାରେ ଭାରତ ଓ କାନାଡା ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗକୁ ସଦୃଢ଼ କରିବା ପାଇଁ ବିଭିନ୍ନ କ୍ଷେତ୍ର ଉପରେ ଗୁରୁତ୍ୱ ଦିଆଯାଇଥିଲା, ଯେଉଁଥିରେ ଓଡ଼ିଶା ପ୍ରତି ସ୍ୱତନ୍ତ୍ର ଧ୍ୟାନ ରହିଥିଲା। ଏହି ପ୍ରମୁଖ କ୍ଷେତ୍ରଗୁଡ଼ିକ ମଧ୍ୟରେ କୃଷି-ରପ୍ତାନି, ବୈଷୟିକ ସହଯୋଗ ଏବଂ ଦ୍ୱିପାକ୍ଷିକ ବାଣିଜ୍ୟ ଅନ୍ତର୍ଭୁକ୍ତ। ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଖଣିଜ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶାର ଅଗ୍ରଣୀ ଭୂମିକା ଉପରେ ଆଲୋକପାତ କରି କହିଥିଲେ ଯେ, ଦେଶର ମୋଟ କ୍ରୋମାଇଟ୍ ଭଣ୍ଡାରର ୯୨% ଓଡ଼ିଶାରେ ରହିଛି ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରଚୁର ପରିମାଣରେ ‘ରେୟାର ଆର୍ଥ’ ଖଣିଜ ସମ୍ପଦ ରହିଛି। ବିଶେଷ କରି ଖଣି ଏବଂ ମୂଲ୍ୟଯୁକ୍ତ ଶିଳ୍ପରେ ବୈଦେଶିକ ପ୍ରତ୍ୟକ୍ଷ ପୁଞ୍ଜିନିବେଶର ସମ୍ଭାବନା ଉପରେ ବିସ୍ତୃତ ଭାବେ ଆଲୋଚନା ମଧ୍ୟ କରାଯାଇଥିଲା। କାନାଡା ପ୍ରତିନିଧି ଦଳ ଓଡ଼ିଶାର ଅଟୋମୋବାଇଲ୍ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ଉଭୟ ପକ୍ଷ ଦ୍ୱିପାକ୍ଷିକ ବାଣିଜ୍ୟ ବୃଦ୍ଧି ଏବଂ ସ୍ଥାୟୀ ଶିଳ୍ପ ଅଭିବୃଦ୍ଧି ପାଇଁ ବୈଷୟିକ ଭାଗିଦାରୀର ସୁଯୋଗ ନେବା ସମ୍ପର୍କରେ ଆଲୋଚନା କରିଥିଲେ।

ଉପମୁଖ୍ୟମନ୍ତ୍ରୀ ପ୍ରତିନିଧି ଦଳକୁ ଓଡ଼ିଶାର ଇତିହାସ, ଏହାର ସମୃଦ୍ଧ ଐତିହ୍ୟ ଏବଂ ସାମ୍ପ୍ରତିକ କୃଷି ସ୍ଥିତି ସମ୍ପର୍କରେ ଅବଗତ କରାଇବା ସହ ପରମ୍ପରା ଏବଂ ଆଧୁନିକ ବିକାଶ ମଧ୍ୟରେ ରାଜ୍ୟର ସନ୍ତୁଳିତ ଆଭିମୁଖ୍ୟ ଉପରେ ଗୁରୁତ୍ୱାରୋପ କରିଥିଲେ। ଶ୍ରୀ ସିଂହଦେଓ କହିଛନ୍ତି ଯେ, ଓଡ଼ିଶା ଏହିଭଳି ବିଶ୍ୱସ୍ତରୀୟ ଭାଗିଦାରୀକୁ ସ୍ୱାଗତ କରୁଛି।

ବିଶ୍ୱବ୍ୟାଙ୍କର ‘ଇଜ୍ ଅଫ୍ ଡୁଇଙ୍ଗ୍ ବିଜନେସ୍’ ରିପୋର୍ଟରେ ଏକ ‘ଅଚିଭର୍’ (Achiever) ରାଜ୍ୟ ଭାବରେ ଓଡ଼ିଶା ନିଜର ସରଳ ନୀତି, ଭିତ୍ତିଭୂମି ଓ ଶିଳ୍ପ-ଉପଯୋଗୀ ପରିବେଶ ଦ୍ୱାରା ବିଶ୍ୱରୁ ପୁଞ୍ଜିନିବେଶକାରୀଙ୍କୁ ଆକର୍ଷିତ କରୁଛି। ଭାରତରେ ପ୍ରସ୍ତାବିତ ତିନୋଟି ଗ୍ରୀନ୍ ହାଇଡ୍ରୋଜେନ୍ ହବ୍ ମଧ୍ୟରୁ ଦୁଇଟି ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ସ୍ଥାପନ କରାଯିବ। ଏହି ହବ୍‌ଗୁଡ଼ିକ ରାଜ୍ୟକୁ ପାରମ୍ପରିକ ଶକ୍ତିରୁ ଅକ୍ଷୟ ଶକ୍ତି ଆଡ଼କୁ ଅଗ୍ରସର ହେବାରେ ସାହାଯ୍ୟ କରିବ ଏବଂ ଓଡ଼ିଶାକୁ ଗ୍ରୀନ୍ ଟେକ୍ନୋଲୋଜି ଓ କାର୍ବନମୁକ୍ତ ଅଭିଯାନରେ ଦେଶର ଅଗ୍ରଣୀ ଭାବେ ସ୍ଥାପିତ କରିବ। ସ୍ୱଚ୍ଛ ଶକ୍ତି ଓ ଶିଳ୍ପ ସହଯୋଗ ସମ୍ବନ୍ଧୀୟ ପ୍ରକଳ୍ପରେ ପୁଞ୍ଜିନିବେଶ କରିବାକୁ କାନାଡା ଆଗ୍ରହ ପ୍ରକାଶ କରିଛି। ଏହି ସବୁ କ୍ଷେତ୍ରରେ ଅଧିକ ସହଯୋଗ ପାଇଁ ଆଗାମୀ ଦିନରେ ଆଲୋଚନା ଜାରି ରହିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ