କାରଗିଲ ବିଜୟ ଦିବସ: ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଆଜି କାରଗିଲ ବିଜୟ ଦିବସର ୨୬ତମ ପୂର୍ତ୍ତି ଅବସରରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଦେଶବ୍ୟାପୀ ସହିଦଙ୍କୁ ସମ୍ମାନ ଜଣାଇ ସ୍ମୃତି ସମାରୋହ, ଶ୍ରଦ୍ଧାଞ୍ଜଳି ସଭା, ସାମରିକ ପ୍ରଦର୍ଶନ ଏବଂ ବିଶେଷ କାର୍ୟ୍ୟକ୍ରମ ଅନୁଷ୍ଠିତ ହେଉଛି । ଚଳିତ ବର୍ଷ ହେଉଛି କାରଗିଲ୍‍ ବିଜୟ ଦିବସର ରୋପ୍ୟ ଜୟନ୍ତୀ ବର୍ଷ । ଭାରତୀୟ ସୈନିକଙ୍କ ତ୍ୟାଗ ଏବଂ ଦେଶପ୍ରେମକୁ ସମ୍ମାନ ଦେବାର ଏକ ସୁଯୋଗ । ୧୯୯୯ ମସିହା ଜୁଲାଇ ୨୬ରେ ପାକିସ୍ତାନ ସହିତ ଯୁଦ୍ଧରେ ଭାରତୀୟ ସୈନ୍ୟ ଦେଇଥିବା ବଳିଦାନକୁ ମନେ ପକାଇବାର ଦିନ । ଭାରତୀର ବୀର ଯବାନ ମାନେ ଯେତେବେଳେ ଅପରେସନ ବିଜୟ ଏବଂ ଅପରେସନ ସଫେଦ ସାଗର ଅଧୀନରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଘଉଡାଇ ଦେଇ କାରଗିଲ ଶିଖରରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ । ସେହି ମୁହୁର୍ତ୍ତ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବ ଓ ଗୌରବ ଆଣି ଦେଇଥିଲା । ଆଜି ସେହି ବିଜୟ ଉତ୍ସବକୁ ବେଶ ଧୁମଧାମରେ ପାଳନ କରାଯାଉଛି ।ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ ‘କାରଗିଲ ବିଜୟ ଦିବସ ଅବସରରେ ‘ମାତୃଭୂମି ପାଇଁ ନିଜ ଜୀବନ ଦେଇଥିବା ସାହାସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି’ । ଏହି ଦିନଟି ଆମ ବୀର ସୈନିକମାନଙ୍କର ଅସାଧାରଣ ବୀରତ୍ୱ, ସାହସ ଏବଂ ଦୃଢତାର ପ୍ରତୀକ । ଦେଶ ପାଇଁ ସେମାନଙ୍କର ସମର୍ପଣ ଏବଂ ସର୍ବୋଚ୍ଚ ବଳିଦାନ ସର୍ବଦା ଦେଶବାସୀଙ୍କୁ ପ୍ରେରଣା ଦେବ ।

  • Garvita Odia

    Related Posts

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଗୁମଲା: ମାଓ ବିରୋଧୀ ଅଭିଯାନରେ ସୁରକ୍ଷାବଳକୁ ମିଳିଛି ବଡ଼ ସଫଳତା। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗୁମଲା ଜିଲ୍ଲାରେ ସୁରକ୍ଷାବଳ ଓ ଉଗ୍ରବାଦୀ ସଂଗଠନ ଜେଜେଏମପି ମଧ୍ୟରେ ଗୁଳି ବିନିମୟରେ ୩ ମାଓବାଦୀ ନିହତ ହୋଇଛନ୍ତି । ଘାଘରା ଥାନା ସେହଲ ଲଭଡାଗ ଗାଁରେ…

    ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ସମ୍ପର୍କିତ ଆବେଦନ ସୁପ୍ରିମକୋର୍ଟରେ ଖାରଜ

    ନୂଆଦିଲ୍ଲୀ: ଆନ୍ଧ୍ର ପ୍ରଦେଶ ଏବଂ ତେଲେଙ୍ଗାନା ରାଜ୍ୟରେ ବିଧାନସଭା ଆସନ ସଂଖ୍ୟା ବୃଦ୍ଧି ପାଇଁ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଆରମ୍ଭ କରିବା ପାଇଁ କେନ୍ଦ୍ରକୁ ନିର୍ଦ୍ଦେଶ ଦେବା ସମ୍ପର୍କିତ ଏକ ଆବେଦନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ବିଚାରପତି ସୂର୍ୟ୍ୟକାନ୍ତ ଏବଂ…

    Leave a Reply

    Your email address will not be published. Required fields are marked *

    You Missed

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ