କାର୍‌ -ଟ୍ରକ ଧକ୍କା:୪ ମୃତ

ନୂଆଦିଲ୍ଲୀ: ତେଲେଙ୍ଗାନା ରଙ୍ଗାରେଡ୍ଡୀରେ ଭୟଙ୍କର ସଡକ ଦୁର୍ଘଟଣା ହୋଇଛି । ରଙ୍ଗାରେଡ୍ଡୀ ଜିଲ୍ଲା ବେଙ୍ଗାଲୁରୁ ଗେଟ୍‌ ନିକଟରେ କାର୍‌ ଓ ଟ୍ରକ ଧକ୍କା ହୋଇ ଘଟଣାସ୍ଥଳରେ ହିଁ ୪ ଜଣଙ୍କର ମୃତ୍ୟୁ ହୋଇଛି । ଜଣେ ଗୁରୁତର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ଅବସ୍ଥା ସଂଙ୍କଟାପନ୍ନ ରହିଛି । ୪ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଛି ପୋଲିସ । ଦୁର୍ଘଟଣାରେ ଅଦିବାତଲା ପୋଲିସ ମାମଲା ରୁଜ୍ଜୁ କରିଛି।

ପୋଲିସ ସୂଚନା ଅନୁସାରେ, ଦୁର୍ଘଟଣା ଶୁକ୍ରବାର ଭୋର ପ୍ରାୟ ୩.୨୬ ସମୟରେ ପେଡ୍ଡା ଆମ୍ବରପେଟ୍ ଏବଂ ବେଙ୍ଗାଲୁରୁ ମଧ୍ୟରେ ପିଲର ନମ୍ବର ୧୦୮ ନିକଟରେ ଘଟିଥିଲା । ୪ ଜଣ ଏକ ଲାଲ ରଙ୍ଗର କାର୍ ରେ ପେଡ୍ଡା ଆମ୍ବରପେଟ୍ ରୁ ବେଙ୍ଗାଲୁରୁ ଅଭିମୁଖେ ଯାତ୍ରା କରୁଥିଲା । କାର୍‌ଟି ଏକ ଟ୍ରକ ପଛପଟେ ପିଟି ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, କାର୍‌ଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି । ଘଟଣାସ୍ଥଳରେ ହିଁ ୪ ଜଣଙ୍କ ମୃତ୍ୟୁ ହୋଇଥିଲା । ଜଣଙ୍କୁ ଗୁରୁତର ଆହତ ଅବସ୍ଥାରେ ଚିକିତ୍ସା କରାଯାଇ ବିଏନ୍‌ ରେଡ୍ଡୀ ନଗରର ନୀଳାଦ୍ରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

କାର୍‌ ଭଗ୍ନାବଶେଷ ଭିତରେ ୪ଜଣ ଚାପି ହୋଇ ରହିଥିଲେ । ଦୁର୍ଘଟଣାର ଖବର ପାଇ ତୁରନ୍ତ ଉଦ୍ଧାରକାରୀ ଦଳ ପହଞ୍ଚିଥିଲେ । ମୃତଦେହ ଉଦ୍ଧାର କରିବା କାର୍ୟ୍ୟ ଆରମ୍ଭ କରିଥିଲେ । ଦୁର୍ଘଟଣାସ୍ଥଳରୁ ଟ୍ରକ ଚମ୍ପଟ ମାରିଥିଲା । ଗାଡିର ସନ୍ଧାନ ଜାରି ରହିଛି । ପୋଲିସ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି ।

  • Garvita Odia

    Related Posts

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ପାଟନା: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବ ଆଜି (ଶୁକ୍ରବାର) ନୂଆ ଦଳ ଘୋଷଣା କରିପାରନ୍ତି। ସେ ସନ୍ଧ୍ୟାରେ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ । ଏହି ସମ୍ମିଳନୀରେ ନୂତନ ଦଳ/ସଂଗଠନ…

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌

    ନୂଆଦିଲ୍ଲୀ: ବିଜେପି ନେତୃତ୍ୱାଧୀନ ଏନଡିଏର ମୁକାବିଲା କରିବାକୁ ବିରୋଧୀ କରିଥିବା ଇଣ୍ଡିଆ ମେଣ୍ଟରେ ଫାଟ ଦେଖିବାକୁ ମିଳିଛି। ଅରବିନ୍ଦ କେଜ୍ରିୱାଲଙ୍କ ଆପ୍‌ ଏହି ମେଣ୍ଟରୁ ଓହରି ଯାଇଥିବା ଆଜି ଦଳର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ସିଂହ ସ୍ପଷ୍ଟ…

    Leave a Reply

    Your email address will not be published. Required fields are marked *

    You Missed

    ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

    ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ  ଚିଠି

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌