କାର୍-ଡମ୍ପର ଧକ୍କା: ୪ ମୃତ

ଜୟପୁର: ରାଜସ୍ଥାନର ଡିଡୱାନା-କୁଚାମନ୍ ଜିଲ୍ଲାସ୍ଥିତ ନାୱା ଅଞ୍ଚଳରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ କାର୍ ଓ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ସମେତ ମୋଟ ୪ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲକ୍ଷ୍ମଣ ସିଂହ (୪୬), ତାଙ୍କ ସ୍ତ୍ରୀ ତୁଳସୀ (୪୫), ସେମାନଙ୍କ ଝିଅ ଶୀତଲ (୨୨) ଏବଂ କାର୍ ଚାଳକ ରାମକିଶନ (୩୫)। ତୁଳସୀ କସେରାସ୍ଥିତ ଉପ-ସ୍ୱାସ୍ଥ୍ୟ କେନ୍ଦ୍ରରେ ଏଏନଏମ୍ ଭାବେ କାର୍ଯ୍ୟରତ ଥିଲେ। ସକାଳ ପ୍ରାୟ ୫ଟା ସମୟରେ ପରିବାରଟି ଜୟପୁରରୁ ନାୱା ଆଡ଼କୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ପୁଲିସ ସୂଚନା ଦେଇଛି।
ସଂଘର୍ଷ ଏତେ ଭୟଙ୍କର ଥିଲା ଯେ କାରର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୁରମାର୍ ହୋଇଯାଇଥିଲା ଏବଂ ଚାରିଜଣଙ୍କ ମୃତଦେହ କାର୍ ଭିତରେ ଚାପି ହୋଇ ରହିଯାଇଥିଲା। ଘଟଣାସ୍ଥଳରେ ପୁଲିସ ପହଞ୍ଚି ପ୍ରାୟ ଅଧଘଣ୍ଟା ଅକ୍ଲାନ୍ତ ପରିଶ୍ରମ ପରେ ମୃତଦେହଗୁଡ଼ିକୁ ବାହାର କରି ନାୱା ଉପ-ଜିଲ୍ଲା ଡାକ୍ତରଖାନା ଶବଗୃହରେ ରଖିଛି। ନାୱା ଥାନା ଅଧିକାରୀ ସୁରେଶ ଚୌଧୁରୀଙ୍କ କହିବା ଅନୁସାରେ, ଦୁର୍ଘଟଣା ଘଟାଇଥିବା ଡମ୍ପରକୁ ଜବତ କରାଯାଇଛି, କିନ୍ତୁ ଏହାର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ ଦୁର୍ଘଟଣାର କାରଣ ଅନୁଧ୍ୟାନ କରିବା ସହ ଫେରାର ଡମ୍ପର ଚାଳକଙ୍କୁ ଗିରଫ କରିବା ପାଇଁ ତଦନ୍ତ ଜାରି ରଖିଛି।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ