କାଲିଠୁ କମିବ ବର୍ଷାର ପରିମାଣ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ରବିବାରଠାରୁ ବର୍ଷାର ପରିମାଣ କମିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାପାତ୍ର ଶନିବାର ସୂଚନା ଦେଇଛନ୍ତି। ଅବପାତ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଶନିବାର ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ୨୪ ଘଣ୍ଟାରେ ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ପାଣିପାଗ କେନ୍ଦ୍ର ସୂଚନା ମୁତାବକ, ଖୋର୍ଦ୍ଧାରେ ସର୍ବାଧିକ ୭୫ମି.ମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଜଗତସିଂହପୁରରେ ୬୧.୨, ପାରାଦୀପରେ ୬୧.୧, ଗୋପାଳପୁରରେ ୫୮.୬ ମିମି ପାରଳାଖେମୁଣ୍ଡି ୫୩ ମିଲିମିଟର ବର୍ଷା ହୋଇଛି। ସେହିପରି ଛତ୍ରପୁରରେ ୫୧.୮, ଭୁବନେଶ୍ୱର ୫୧.୬, ନୟାଗଡ଼ ୪୯, ପୁରୀରେ ୪୦.୫, ରାୟଗଡ଼ାରେ ୩୫.୬, କଟକ ୩୩.୪ ଏବଂ ଦାରିଙ୍ଗିବାଡ଼ିରେ ୩୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ