କୁଏତ ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାରଠାରୁ ୨ ଦିନିଆ କୁଏଦ ଗସ୍ତରେ ଯାଇଛନ୍ତି। ବିଗତ ୪୩ ବର୍ଷ ମଧ୍ୟରେ ଗଲ୍‌ଫ ଦେଶକୁ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ଗସ୍ତ। ୧୯୮୧ରେ ଶେଷ ଥର ଲାଗି ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ କୁଏତ ଯାଇଥିଲେ। ଦୀର୍ଘ ବର୍ଷ ପରେ ପୁନର୍ବାର ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଯାଉଥିବାରୁ ଏହି ସମୟରେ ଦୁଇ ଦେଶ ମଧ୍ୟରେ ଦ୍ଵିପାକ୍ଷିକ ସମ୍ପର୍କକୁ ମଜଭୁତ କରିବା ଦିଗରେ ନୂଆ ଅଧ୍ୟାୟ ସୃଷ୍ଟି ହେବ ବୋଲି କୁହାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ଵାଗତ କରିବା ଲାଗି କୁଏତ ସରକାରଙ୍କ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ରାସ୍ତାଘାଟରେ ବିରାଟ ବିରାଟ ହୋର୍ଡିଂ ଲଗାଯାଇଛି ‘ହାଲା ମୋଦୀ’ ବୋଲି ଲେଖାଯାଇଛି।
ଗସ୍ତ ସମୟରେ ମୋଦୀ କୁଏତର ବରିଷ୍ଠ ନେତୃବୃନ୍ଦମାନଙ୍କ ସହିତ ଆଲୋଚନା କରିବେ। ପ୍ରତିରକ୍ଷା, ବାଣିଜ୍ୟ କ୍ଷେତ୍ରରେ ଉଭୟ ଦେଶ ମଧ୍ୟରେ ସମ୍ପର୍କକୁ ଦୃଢ଼ କରିବା ଦିଗରେ ଦୁଇ ଦେଶର ନେତା ଆଲୋଚନା କରିପାରନ୍ତି। ଏହା ସହିତ ସେ ଭାରତୀୟ ଶ୍ରମିକଙ୍କ ଶିବିରକୁ ବି ଗସ୍ତ କରିବେ। ତା’ ସହିତ ଗଲ୍ଫ କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ଉତ୍ସବରେ ମଧ୍ୟ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।

  • Related Posts

    ଝାଡ଼ଖଣ୍ଡରେ ଜିଦରେ ଅଟଳ ଛାତ୍ରଛାତ୍ରୀ, ଆଜି ବିଧାନସଭା ଘେରାଉ

    ରାଞ୍ଚି (ଝାଡ଼ଖଣ୍ଡ): JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ଦୀର୍ଘ 17 ଦିନ ଧରି ଝାଡ଼ଖଣ୍ଡରେ ଛାତ୍ର ଅନ୍ଦୋଳନ ଚାଲିଛି । ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ନେଇ ସରକାର ଓ ଛାତ୍ରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିନାହିଁ । ଛାତ୍ରଛାତ୍ରୀମାନଙ୍କ…

    Continue reading
    ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

    ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ ଦିନ ଧରି ଚାଲିଛି, ଏବଂ ସରକାର ଛାତ୍ରମାନଙ୍କ ସହିତ ଆଲୋଚନା କରିବାକୁ ଚେଷ୍ଟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ