କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ମୋଦିଙ୍କ ନିମନ୍ତ୍ରଣ

ନୂଆଦିଲ୍ଲୀ: କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କୁଏତ୍‌ର ‘ହାଲା ମୋଦି’ (ସ୍ୱାଗତ ମୋଦି) କାର୍ୟ୍ୟକ୍ରମରେ ଏହି ନିମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ। ଭୁବନେଶ୍ୱରରେ ଆସନ୍ତା ମାସରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେବାକୁ ସେ କୁଏତର ପ୍ରବାସୀ ଭାରତୀୟଙ୍କୁ କରିଛନ୍ତି ନିମନ୍ତ୍ରଣ। ଏଥିସହ କୁଏତୀ ବନ୍ଧୁଙ୍କୁ ମଧ୍ୟ ସାଥିରେ ଆଣିବାକୁ ସେମାନଙ୍କୁ ସେ କହିଛନ୍ତି।‘ହାଲା ମୋଦି’ କାର୍ୟ୍ୟକ୍ରମରେ ହଜାର ହଜାର ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ବିକଶିତ ଭାରତର ଯାତ୍ରା ପ୍ରବାସୀ ଭାରତୀୟଙ୍କ ଭାଗିଦାରୀ ବିନା ଅସମ୍ଭବ। ମୁଁ ଆପଣ ସମସ୍ତଙ୍କୁ ବିକଶିତ ଭାରତର ସଂକଳ୍ପ ସହ ଯୋଡ଼ିହେବା ପାଇଁ ଆମନ୍ତ୍ରଣ କରୁଛି ।ନୂଆବର୍ଷର ପ୍ରଥମ ମାସ ଅର୍ଥାତ୍ ୨୦୨୫ ଜାନୁଆରୀ ଏଥର ଅନେକ ରାଷ୍ଟ୍ରୀୟ ଉତ୍ସବର ମାସ ହେବାକୁ ଯାଉଛି । ୮ ରୁ ୧୦ ଜାନୁଆରୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସର ଆୟୋଜନ ହେବ। ମୁଁ ଆପଣ ସମସ୍ତଙ୍କୁ ଏହି କାର୍ୟ୍ୟକ୍ରମ ପାଇଁ ନିମନ୍ତ୍ରଣ କରୁଛି। ଏହି ଯାତ୍ରାରେ ଆପଣ
ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ମଧ୍ୟ ନେଇପାରିବେ ବୋଲି କହିଛନ୍ତି ମୋଦି।

ଏହା ସହିତ ପ୍ରୟାଗରାଜରେ ମହାକୁମ୍ଭ ଓ ଗଣତନ୍ତ୍ର ଦିବସ ସମାରୋହରେ ସାମିଲ ହେବାକୁ ମଧ୍ୟ ସେ ପ୍ରବାସୀ ଭାରତୀୟଙ୍କୁ ଅପିଲ୍ କରିଛନ୍ତି। ଏଥିସହ କୁଏତୀ ବନ୍ଧୁଙ୍କୁ ସାଥିରେ ନେଇ ଭାରତ ବୁଲାଇବାକୁ ମଧ୍ୟ କହିଛନ୍ତି ମୋଦି।

  • Related Posts

    ସାମ୍ବାଦିକଙ୍କ ପାଇଁ ଗାଇଡଲାଇନ ଜାରି

    ଆନ୍ଦୋଳନ ସମୟରେ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକାଶ କରିଛି ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ (ପିସିଆଇ)। ଏଭଳି ସମ୍ବେଦନଶୀଳ ପରିସ୍ଥିତିରେ ଖବର ସଂଗ୍ରହ କରୁଥିବା ସାମ୍ବାଦିକମାନେ କିପରି ନିଜର ସୁରକ୍ଷା ବଜାୟ ରଖିବେ, ବୃତ୍ତିଗତ ନିରପେକ୍ଷତା ଅବଲମ୍ବନ କରିବେ ଏବଂ…

    Continue reading
    ବୋନସ ଘୋଷଣା କଲେ କେନ୍ଦ୍ର ସରକାର

    ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ କର୍ମଚାରୀଙ୍କୁ ୩୦ ଦିନର ‘ନନ-ପ୍ରଡକ୍ଟିଭିଟି ଲିଙ୍କଡ’ (ଆଡ-ହକ) ବୋନସ ପ୍ରଦାନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ବୋନସର ହିସାବ ମାସିକ ୭,୦୦୦ ଟଙ୍କାର ଦରମା ସୀମା ଆଧାରରେ କରାଯାଏ। ଅର୍ଥାତ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି