କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ କେନ୍ଦୁଝରକୁ ୨ ଦିନିଆ ଗସ୍ତରେ ଆସୁଛନ୍ତି । ୫ ଓ ୬ ତାରିଖରେ (ସୋମବାର ଓ ମଙ୍ଗଳବାର) ଗସ୍ତ କାର୍ୟ୍ୟକ୍ରମ ରହିଛି । ପ୍ରଥମ ଦିନ ଧରଣୀଧର ନାଏକଙ୍କ ଜୟନ୍ତୀ ଅବସରରେ କୁସୁମିତାରେ ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିପ୍ଳବୀ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ ମୁଖ୍ୟମନ୍ତ୍ରୀ । କୁସୁମିତା ଗ୍ରାମରେ ଏକ ଜନସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ଏହାପରେ ଧରଣୀଧର ଭୂୟାଁଙ୍କ ଏନ୍ତୁଡିଶାଳ କୁସୁମିତାକୁ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଏଥିପାଇଁ ଭୂୟାଁ ସାଂସ୍କୃତିକ ସଙ୍ଗଠନ ଉତ୍ସାହିତ ହୋଇଉଠିଛି । ସୂଚନାଯୋଗ୍ୟ, ବିପ୍ଳବୀ ଧରଣୀଧର କେନ୍ଦୁଝର ଜିଲ୍ଲାର ଗର୍ବ ଓ ଗୌରବ ଓ ସ୍ୱାଭିମାନର ପ୍ରତୀକ । ତତ୍କାଳୀନ ବ୍ରିଟିଶ ସମର୍ଥିତ ରାଜତନ୍ତ୍ରର ଅନ୍ୟାୟ, ଅତ୍ୟାଚାର ଓ ଶୋଷଣ ବିରୁଦ୍ଧରେ ଧରଣୀଧରଙ୍କ ଭଳି ଆଦିବାସୀ ଯୁବକଙ୍କର ବିପ୍ଳବ ଇତିହାସରେ ଏକ ଉଲ୍ଲେଖନୀୟ ଅଧ୍ୟାୟ ଯୋଡ଼ିଛି ।ନୂଆ ସରକାର ବିପ୍ଳବୀ ମାଟି ଧରଣୀଧରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଧରଣୀଙ୍କ ବିପ୍ଳବ ସମ୍ପର୍କରେ ରାଜ୍ୟ ଓ ରାଜ୍ୟ ବାହାରର ଲୋକେ ଅନେକ ବିଷୟ ଜାଣିନାହାନ୍ତି । ତେଣୁ କୁସୁମିତା ଗ୍ରାମରେ ଏକ ସ୍ମୃତି ସଂଗ୍ରାହଳୟ, ପାଠାଗାର, ଖେଳ ପଡ଼ିଆ ସହିତ ବିପ୍ଳବୀଙ୍କ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାସହିତ ଶିଶୁ ଉଦ୍ୟାନ କରାଯାଇଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ