କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ ଯୋଗଦେଇଛନ୍ତି। ଏହି ଅବସରରେ ସେ କେନ୍ଦ୍ରୀୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ମୃଣାଳିନୀ ଦରସ୍ୱାଲ ମଧ୍ୟ ଏହି ଦୁଇଦିନିଆ ସମ୍ମିଳନୀରେ ଅଂଶଗ୍ରହଣ କରୁଛନ୍ତି।

ଅକ୍ଟୋବର ୮ ଓ ୯ ତାରିଖ ଦୁଇଦିନ ଧରି ଆୟୋଜିତ ଏହି ସମ୍ମିଳନୀରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନେ ଯୋଗଦେଇ ମହିଳା ଓ ଶିଶୁ ବିକାଶ ସହ ଜଡ଼ିତ ବିଭିନ୍ନ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରୁଛନ୍ତି। ବିଶେଷକରି ପୋଷଣ, ପ୍ରାରମ୍ଭିକ ଶିଶୁ ଶିକ୍ଷା, ଶିଶୁ ସୁରକ୍ଷା, ମହିଳା ସୁରକ୍ଷା ଓ ମହିଳା ସଶକ୍ତିକରଣ ଭଳି କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସମନ୍ୱୟ ଓ ସହଯୋଗକୁ ଆହୁରି ସୁଦୃଢ଼ କରିବା ଏହି ସମ୍ମିଳନୀର ପ୍ରମୁଖ ଉଦ୍ଦେଶ୍ୟ।

ସମ୍ମିଳନୀରେ ଚାରୋଟି ପ୍ରମୁଖ ବିଷୟବସ୍ତୁ ଉପରେ ଗୁରୁତ୍ୱ ଦିଆଯାଉଛି—

1. ଉନ୍ନତ ପୋଷଣ ଓ ପ୍ରାରମ୍ଭିକ ଶିକ୍ଷା ପାଇଁ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପୁନଃକଳ୍ପନା ଓ ସୁଦୃଢ଼ୀକରଣ।
2. ଶିଶୁ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା।
3. ସାଂସ୍ଥାନିକ ଓ ଆଇନଗତ ବ୍ୟବସ୍ଥାର ପ୍ରଭାବଶାଳୀ କାର୍ଯ୍ୟକାରିତା ମାଧ୍ୟମରେ ମହିଳାମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବା।
4. ମହିଳା ସଶକ୍ତିକରଣ ପାଇଁ ଗ୍ରହଣ କରାଯାଉଥିବା ପ୍ରମୁଖ ପଦକ୍ଷେପଗୁଡ଼ିକର ପ୍ରଭାବ ଓ ପରିଣାମକୁ ବୃଦ୍ଧି କରିବା।

ଏହି ସମ୍ମିଳନୀରେ ଓଡ଼ିଶାର ଅଭିନବ ପଦକ୍ଷେପ, ସଫଳ ମଡେଲ୍‌ ଓ ଶ୍ରେଷ୍ଠ ପ୍ରଥାଗୁଡ଼ିକୁ ଅନ୍ୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ବାଣ୍ଟିବା ସହିତ, ଅନ୍ୟ ରାଜ୍ୟଗୁଡ଼ିକର ସଫଳ ଅଭିଜ୍ଞତାରୁ ଶିଖିବାର ସୁଯୋଗ ମିଳୁଛି ଏବଂ ନୀତି ନିର୍ଦ୍ଧାରଣ ଓ କାର୍ଯ୍ୟକ୍ରମର କାର୍ଯ୍ୟାନ୍ୱୟନରେ ଏଭଳି ଅଭିଜ୍ଞତା ଓ ଜ୍ଞାନର ଆଦାନ-ପ୍ରଦାନ ମାଧ୍ୟମରେ ଅଧିକ ଫଳପ୍ରଦ ଓ ଲୋକାଭିମୁଖୀ ପଦକ୍ଷେପ ଗ୍ରହଣ କରିବା ଲକ୍ଷ୍ୟ ରହିଛି, ବୋଲି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ମତ ପ୍ରକାଶ କରିଛନ୍ତି ।

ମହିଳା ଓ ଶିଶୁଙ୍କ ସୁରକ୍ଷା, ପୋଷଣ, ଶିକ୍ଷା ଓ ସଶକ୍ତିକରଣକୁ ଅଧିକ ପ୍ରଭାବଶାଳୀ କରିବା ଦିଗରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ନିରନ୍ତର ସହଯୋଗ ଏବଂ ସମନ୍ୱୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଓଡ଼ିଶା ସରକାର ମହିଳା ଓ ଶିଶୁଙ୍କ ସର୍ବାଙ୍ଗୀଣ ବିକାଶକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ନବସୃଜନ, ଅଭିଜ୍ଞତା ବିନିମୟ ଓ ସମନ୍ୱିତ ପ୍ରୟାସ ମାଧ୍ୟମରେ ଏହି କ୍ଷେତ୍ରରେ ଅଧିକ ଦୃଶ୍ୟମାନ ଓ ସ୍ଥାୟୀ ପରିବର୍ତ୍ତନ ଆଣିବା ପାଇଁ ପ୍ରତିବଦ୍ଧ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading
    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ