କୋଟିଆ ପଞ୍ଚାୟତର ସ୍ଥିତି ଅନୁଧ୍ୟାନ ପାଇଁ ଗଠିତ ହେବ ‘କମିଟି’ :ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଟିଆ ଗ୍ରାମ ପଞ୍ଚାୟତର ସ୍ଥିତି ଅନୁଧ୍ୟାନ ପାଇଁ ଗଠିତ ହେବ ‘କମିଟି’ । କମିଟିର ଅନୁଧ୍ୟାନ ପରେ କୋଟିଆବାସୀଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ସରକାର ସ୍ବତନ୍ତ୍ର ପଦକ୍ଷେପ ନେବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା ହେବା ପରେ ଏହାର ସମାଧାନ ପାଇଁ ଏକ କମିଟି ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜସ୍ବ ତଥା ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯିବ। ଏହି କମିଟି ବର୍ତ୍ତମାନ ସ୍ଥିତି ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବେ।

ବୈଠକରେ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଦେଓରଂଜନ କୁମାର ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗର ସଚିବ, ପୋଲିସ ମହାନିର୍ଦ୍ଦେଶକ, ୱାଇ.ବି. ଖୁରାନିଆ ଏବଂ କୋରାପୁଟ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ନବରଙ୍ଗପୁରରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ