କୋମାରେ ଅଭିଜିତ ମଜୁମଦାର

ଭୁବନେଶ୍ବର,04/09: ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର କୋମାରେ । ଘରୋଇ ଡାକ୍ତରଖାନାରେ କୋମାରେ ଥିଲେ ଅଭିଜିତ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ। ମାତ୍ର ସ୍ବାସ୍ଥ୍ଯରେ ଉନ୍ନତି ନହେବାରୁ ଆଜି ସକାଳେ ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ତେବେ ଏମ୍ସରେ ଭର୍ତ୍ତି ହେବା ପରେ ଅଭିଜିତଙ୍କ ବ୍ରେନରେ ସୋଡିୟମ କମିଥିବା ଏବଂ ନିଶ୍ବାସ ନେବାରେ ସମସ୍ୟା ହେଉଥିବା କୁହାଯାଉଥିଲା । ଟ୍ରମା ସେଣ୍ଟରରେ ପ୍ରାଥମିକ ଚିକିତ୍ସା ପରେ ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯିବ ବୋଲି ସୂଚନା ମିଳିଥିଲା । ଏବଂ ଅଭିଜିତ ମଜୁମଦାରଙ୍କ ସାଥିରେ ଆସିଥିବା ଡାକ୍ତର ଅମ୍ରିତ ପାଟ୍ଟଯୋଶୀଙ୍କ ସୂଚନା ଦେଇ କହିଥିଲେ ଯେ- ଅଭିଜିତ ଗୁରୁତର ଅଛନ୍ତି । ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି । ବ୍ରେନ ଏବଂ ଲିଭରରେ ସମସ୍ୟା ରହିଛି। ପାନକ୍ରିଆଜରେ ସମସ୍ୟା ଦେଖା ଦେଇଛି । ବିଭିନ୍ନ ଅଙ୍ଗରେ ସମସ୍ୟା ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯିବ । ଅଭିଜିତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି । ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା ନୀରିକ୍ଷା ପରେ ଏମ୍ସ ପକ୍ଷରୁ ମେଡିକାଲ ବୁଲେଟିନ୍ ଜାରି କରାଯାଇଛି । ମଧ୍ୟାହ୍ନ ପରଠାରୁ ଆଇସିୟୁର ଭେଣ୍ଟିଲେଟରରେ ଅଛନ୍ତି ଅଭିଜିତ ।

  • Related Posts

    ଜିମ୍‌ ନ ଯାଇ ରୁହନ୍ତୁ ଫିଟ୍‌

    ଦିନକୁ ଦିନ ମଣିଷର ଜୀବନଶୈଳୀ ପରିବର୍ତ୍ତନ ହେବାରେ ଲାଗିଛି । ମଣିଷ ଆଜିକାଲି ଫିଟ ରହିବା ଉପରେ ଅଧିକ ଗୁରୁତ୍ୱ ଦେଉଛି । ଏଥିପାଇଁ ଜିମ ଅଧିକ ଲୋକଙ୍କ ପସନ୍ଦ ପାଲଟିଛି । ଆପଣ ଦେଖୁଥିବା ସକାଳ ହେଲେ ପାର୍କରେ ଓପନ…

    Continue reading
    ସ୍ୱାସ୍ଥ୍ୟ ପାଇଁ ଉପକାରୀ କଖାରୁ ମଞ୍ଜି,ଜାଣନ୍ତୁ

    ଦୈନନ୍ଦିନ ଜୀବନରେ ଆମେ ଖାଦ୍ୟରେ ଅନେକ ପନିପରିବା ଖାଇଥାଉ । ତନ୍ମଧ୍ୟରୁ କେଉଁ ପରିବା ସ୍ୱାସ୍ଥ୍ୟ ପାଇଁ କେତେ ଜରୁରୀ ତାହା ଜାଣିବା ନିହାତି ଆବଶ୍ୟକ । କଖାରୁ ଏକ ପୁଷ୍ଟିକର ପନିପରିବା, ଯାହା ସ୍ୱାସ୍ଥ୍ୟ ପାଇଁ ଅନେକ ଲାଭ ହୋଇଥାଏ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ